Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୌର ନିର୍ବାଚନ ପରାଜୟ ଭୟରେ ହତାଶ ହୋଇପଡ଼ିଛି ବିଜେପି: ବିଜେଡି
ଆଜିର ଖବର

ପୌର ନିର୍ବାଚନ ପରାଜୟ ଭୟରେ ହତାଶ ହୋଇପଡ଼ିଛି ବିଜେପି: ବିଜେଡି

March 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତାକାଲି ପୌର ନିର୍ବାଚନର ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ପଞ୍ଚାୟତ ନିର୍ବାଚନ ଭଳି ଏହି ନିର୍ବାଚନରେ ମଧ୍ୟ ବଡ଼ ପରାଜୟର ସମ୍ମୁଖୀନ ହେବାକୁ ଯାଉଥିବା ଜାଣିବା ପରେ ବିଜେପି ନେତାମାନେ ହତାଶ ହୋଇ ପଡ଼ିଛନ୍ତି ଏବଂ ନିଜ ମୁଣ୍ଡରୁ ପରାଜୟର ଦୋଷ ଖସାଇବାକୁ ବିଭିନ୍ନ ଆଳ ଖୋଜୁଥିବା କହିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି।

ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଆଜି ବିଜେଡି ବିରୋଧରେ ଯେଉଁସବୁ କପୋଳକଳ୍ପିତ ଅଭିଯୋଗ ଆଣିଛନ୍ତି, ତାହା ହାସ୍ୟାସ୍ପଦ ଏବଂ କେବଳ ନିଜର ଅସ୍ତିତ୍ୱ ରକ୍ଷା ପାଇଁ ଏହା ଉଦ୍ଦିଷ୍ଟ ବୋଲି ରାଜ୍ୟବାସୀ ଭଲଭାବେ ଜାଣିଛନ୍ତି। ପୂର୍ବରୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେପି ପିପିଲି ଠାରୁ ନେଇ ଧାମନଗର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବାରମ୍ବାର ଯୋଜନାବଦ୍ଧ ଭାବେ ବ୍ୟାପକ ହିଂସାକାଣ୍ଡ ଘଟାଇଥିଲା।

ଓଡ଼ିଶା ବିଜେପିର ପ୍ରରୋଚନାରେ ଯୋଜନାବଦ୍ଧ ଭାବେ ବିଜେଡି କର୍ମୀଙ୍କ ଠାରୁ ନେଇ ପୁଲିସ, ସାମ୍ବାଦିକ, ସରକାରୀ ଅଫିସର ଏବଂ ସାଧାରଣ ଜନତାଙ୍କ ଉପରେ ବର୍ବରୋଚିତ ଆକ୍ରମଣ କରାଯାଇଥିଲା। ଏପରିକି ଭଦ୍ରକ ଜିଲ୍ଲାର ଧାମନଗର ବ୍ଲକରେ ବିଜେଡି କର୍ମୀଙ୍କୁ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପି କର୍ମୀମାନେ ପିଟିପିଟି ନିର୍ମମ ଭାବେ ହତ୍ୟା କରିଥିଲେ। ସେତେବେଳେ ଏ ବାବଦରେ ବିଜେଡି ପକ୍ଷରୁ ବାରମ୍ବାର ରାଜ୍ୟ ନିର୍ବାଚନ କମିଶନଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା।

ଏହିଭଳି ହିଂସାକାଣ୍ଡ ପାଇଁ ଶାନ୍ତିପ୍ରିୟ ଓଡ଼ିଶାବାସୀ ବିଜେପିକୁ ପ୍ରତ୍ୟାଖ୍ୟାନ କରିଥିଲେ। ବର୍ତ୍ତମାନ ପୌର ନିର୍ବାଚନରେ ବଡ଼ ପରାଜୟ ଆଶଙ୍କାରେ ନିଜର ସ୍ଥିତି ରକ୍ଷା ପାଇଁ ଓଡ଼ିଶା ବିଜେପି ବିଭିନ୍ନ ଆଳ ଖୋଜୁଛି ଏବଂ ହତାଶ ହୋଇ ବିଜେଡି ବିରୋଧରେ ନାନା ଅମୂଳକ ଅଭିଯୋଗ କରୁଥିବା ଶ୍ରୀ ମହାନ୍ତି କହିଛନ୍ତି।

ପରାଜୟ ଭୟ ପୌର ନିର୍ବାଚନ ବିଜେଡି ବିଜେପି ଲେନିନ ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.