Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଆଇଟି ବମ୍ବେର ନୂତନ ଛାତ୍ରାବାସର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ଆଇଆଇଟି ବମ୍ବେର ନୂତନ ଛାତ୍ରାବାସର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ

March 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ଆଇଆଇଟି ବମ୍ବେ ନିଜ ଦକ୍ଷତା ବଳରେ ଭାରତକୁ ବିଶ୍ୱ ସ୍ତରରେ ଏକ ଶ୍ରେଷ୍ଠ ସ୍ଥାନକୁ ନେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ ବୋଲି ରବିବାର ଶିକ୍ଷାନୁଷ୍ଠାନର ନୂତନ ଛାତ୍ରାବାସର ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଓ ପ୍ରାଧ୍ୟାପକଙ୍କୁ ଏହି ଉତ୍କର୍ଷ ଛାତ୍ରାବାସର ଉଦଘାଟନ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ଶ୍ରୀ ପ୍ରଧାନ। ସେ କହିଛନ୍ତି ଯେ କ୍ୟାମ୍ପସରେ ଉତ୍ତମ ବାତାବରଣ ଏକ ସକରାତ୍ମକ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ କରେ। ୧୧୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ଛାତ୍ରାବାସ ଦ୍ୱାରା ଛାତ୍ରଛାତ୍ରୀମାନେ ଅନେକ ସୁବିଧା ପାଇପାରିବେ।

ପରିବର୍ତ୍ତିତ ଦ୍ରୁତ ଭୌଗଳିକ ଦୃଶ୍ୟପଟ୍ଟ ଏବଂ କୋଭିଡ୍ ପରବର୍ତୀ ବୈଶ୍ୱିକ ଚ୍ୟାଲେଞ୍ଜ ଅନେକ ସୁଯୋଗ ଆଣିଦେଇଛି। ଭାରତ ବିଶ୍ୱର ଜଟିଳ ସମସ୍ୟାର ସମାଧାନର ରାସ୍ତା ବାହାର କରିଛି। ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା, ସ୍ୱଚ୍ଛ ଇନ୍ଧନ ଏବଂ ଆଗାମୀ ୫୦ ବର୍ଷ ପାଇଁ ଭାରତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଇଆଇଟି ବମ୍ବେର ଛାତ୍ରଛାତ୍ରୀମାନେ ରୋଡ୍‌ମ୍ୟାପ୍ ପ୍ରସ୍ତୁତ କରିବା ସହ ଆବଶ୍ୟକତାକୁ ପୂରଣ କରିବା ଦିଗରେ କାର୍ଯ୍ୟ କରିବାକୁ ପଡ଼ିବ। ଆଇଆଇଟି ବମ୍ବେର ଦକ୍ଷତା ଉପରେ ଭାରତ ବିଶ୍ୱାସ କରୁଛି।

ଏହି ଶିକ୍ଷାନୁଷ୍ଠାନର ପ୍ରତିଭାବାନ ମାନବ ସମ୍ବଳ ଆଗାମୀ ଦିଗରେ ନିଯୁକ୍ତି ସୃଷ୍ଟି କରିବେ, ଉଦ୍ଭାବନ, ବିଶ୍ୱ କଲ୍ୟାଣ ପାଇଁ କାର୍ଯ୍ୟ କରିବା ସହ ଏକ ସଦୃଢ଼ ଓ ଆତ୍ମନିର୍ଭର ଭାରତ ଗଢ଼ିବା ଦିଗରେ ମଧ୍ୟ କାର୍ଯ୍ୟ କରିବ ବୋଲି କେନ୍ଦ୍ରମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଛନ୍ତି। ଶ୍ରୀ ପ୍ରଧାନ ଆଇଆଇଟି ବମ୍ବେ ନୂଆ ରାଷ୍ଟ୍ରୀୟ ଶିକ୍ଷା ନୀତି-୨୦୨୦ର ପରାମର୍ଶକୁ ଅନୁସରଣ କରୁଥିବା ଜାଣି ଖୁସିବ୍ୟକ୍ତ କରିଛନ୍ତି।

ଆଇଆଇଟି ବମ୍ବେ ଭାରତ ଲୋକାର୍ପଣ
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.