Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଥମ ଥର ସବୁ ରାଜଭବନରେ ରାଜ୍ୟପାଳଙ୍କ ସହ ପରୀକ୍ଷା ପେ ଚର୍ଚ୍ଚା ଦେଖିବେ ଛାତ୍ରଛାତ୍ରୀ
ଆଜିର ଖବର

ପ୍ରଥମ ଥର ସବୁ ରାଜଭବନରେ ରାଜ୍ୟପାଳଙ୍କ ସହ ପରୀକ୍ଷା ପେ ଚର୍ଚ୍ଚା ଦେଖିବେ ଛାତ୍ରଛାତ୍ରୀ

March 30, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୧ ତାରିଖ ପୂର୍ବାହ୍ନ ୧୧ଟାରେ ନୂଆଦିଲ୍ଲୀର ତାଲକଟୋରା ଷ୍ଟାଡ଼ିୟମରେ ‘ପରୀକ୍ଷା ପେ ଚର୍ଚ୍ଚା’ର ପଂଚମ ସଂସ୍କରଣ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକଙ୍କ ସହିତ ମତ ବିନିମୟ କରିବେ।  ସୋମବାର ନୂଆଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଚାପମୁକ୍ତ ପରୀକ୍ଷା ପାଇଁ ‘ପରୀକ୍ଷା ପେ ଚର୍ଚ୍ଚା’କୁ ଏକ ଜନଆନ୍ଦୋଳନର ରୂପ ଦେବାକୁ ସେ ଆହ୍ୱାନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ଯୁବପିଢ଼ିଙ୍କ ବହୁ ପ୍ରତୀକ୍ଷିତ ଏହି ବାର୍ଷିକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ଦିନରେ ହେବାକୁ ଥିବା ବୋର୍ଡ ଓ ପ୍ରବେଶିକା ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ପୂର୍ବରୁ ଚାପମୁକ୍ତ ହେବା ଦିଗରେ ପରାମର୍ଶ ଦେବେ।

କୋଭିଡ୍ କଟକଣା କାରଣରୁ କେବଳ ଦିଲ୍ଲୀ ଏନସିଆର, ଉତରପ୍ରଦେଶ ଏବଂ ହରିୟାଣାର ୧ ହଜାର ଛାତ୍ରଛାତ୍ରୀଙ୍କୁ ତାଲକଟୋରା ଷ୍ଟାଡ଼ିୟମରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ନିମନ୍ତ୍ରଣ କରାଯାଇଛି।

ଚଳିତ ଥର ପ୍ରଥମ ଥର ପାଇଁ ସବୁ ରାଜଭବନରେ ରାଜ୍ୟପାଳଙ୍କ ସହ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଏହି କାର୍ଯ୍ୟକ୍ରମକୁ ଦେଖିବାର କାର୍ଯ୍ୟକ୍ରମ ରହିଛି। ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ସବୁ ଅନୁଷ୍ଠାନ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅଧୀନରେ ଥିବା ବିଭିନ୍ନ ଅନୁଷ୍ଠାନ, ନର୍ସିଂ ସ୍କୁଲ ତଥା ଭାରତ ସରକାରଙ୍କ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ପରୀକ୍ଷା ପେ ଚର୍ଚ୍ଚା ଆୟୋଜନ କରାଯିବାର ମଧ୍ୟ ଯୋଜନା ରହିଛି। ବିଦେଶରୁ ମଧ୍ୟ ଭର୍ଚ୍ଚୁଆଲ ମାଧ୍ୟମରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଯୋଡିହେବେ। କାର୍ଯ୍ୟକ୍ରମରେ ଓଡ଼ିଶାରୁ ପ୍ରାୟ ୨୬,୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ, ୪୯୮୬ ଶିକ୍ଷକ-ଶିକ୍ଷୟିତ୍ରୀ, ୧୨୨୩ ଅଭିଭାବକ ଯୋଗଦେବେ।

ପରୀକ୍ଷା ପେ ଚର୍ଚ୍ଚା ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନିଆଯାଇଥିବା ଏକ ଅଭିନବ କାର୍ଯ୍ୟକ୍ରମ। ପରୀକ୍ଷା ଶୁଣିବା ମାତ୍ର ଛାତ୍ରଛାତ୍ରୀଙ୍କ ମନରେ ଭୟ ଆସେ। ଏହି କାର୍ଯ୍ୟକ୍ରମ ଦ୍ୱାରା ଛାତ୍ରଛାତ୍ରୀମାନେ ପରୀକ୍ଷାର ଚାପରୁ ମୁକ୍ତ ହେବେ ଓ ସଫଳତାର ମନ୍ତ୍ର ପାଇପାରିବେ। ଏହି କାର୍ଯ୍ୟକ୍ରମ ନୂଆପିଢ଼ିଙ୍କ ଆତ୍ମବିଶ୍ୱାସକୁ ବଢ଼ାଇବ। ଏହି କାର୍ଯ୍ୟକ୍ରମ ପାଇଁ ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ ତଥା ସମାଜର ସବୁ ଶ୍ରେଣୀର ସହଯୋଗ ଲୋଡ଼ିଛନ୍ତି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ।

ଗତ ବର୍ଷ ମହାମାରୀ ସମୟରେ ଅନଲାଇନରେ ପରୀକ୍ଷା ପେ ଚର୍ଚ୍ଚା ଅନୁଷ୍ଠିତ ହୋଇଥିଲା। ଏହି ବର୍ଷ ପରୀକ୍ଷା ପେ ଚର୍ଚ୍ଚାକୁ ଲୋକପ୍ରିୟ କରିବା ପାଇଁ, ବିଦ୍ୟାର୍ଥୀ ମାନଙ୍କ ପାଖରେ ପହଁଚାଇବା ପାଇଁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଚଳିତ ବର୍ଷ MyGov.in  ପ୍ଲାଟଫର୍ମ ମାଧ୍ୟମରେ ୨୦୨୧ ଡ଼ିସେମ୍ବର ୨୮ରୁ ୨୦୨୨ ଫେବୃୟାରୀ ୩ ପର୍ଯ୍ୟନ୍ତ ବିଭିନ୍ନ ପ୍ରତିଯୋଗିତା ଦ୍ୱାରା ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇଛି। ଏହି ବର୍ଷ ରଚନାତ୍ମକ ଲେଖା ପ୍ରତିଯୋଗିତା ପାଇଁ ୧୫.୭ ଲକ୍ଷରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ପଞ୍ଜିକରଣ କରିବା ସହ ଭାଗ ନେଇଥିଲେ। MyGov.in  ଦ୍ୱାରା ଆୟୋଜିତ ଏଗଜାମ ଷ୍ଟ୍ରେସ ମ୍ୟାନଜମେଂଟ୍‌, ସ୍ୱାଧୀନତାର ଅମୃତ ମହୋତ୍ସବ, ପର୍ଯ୍ୟାବରଣ, ଅଭିଭାବକଙ୍କ ଭୂମିକା, ଭୋକାଲ ଫର୍ ଲୋକାଲ ଭଳି ବିଭିନ୍ନ ପ୍ରତିଯୋଗିତାରେ ଚୟନ ହୋଇଥିବା ୨୦୫୦ ଛାତ୍ରଛାତ୍ରୀଙ୍କୁ ଏନସିଇଆରଟିର ନିର୍ଦ୍ଦେଶକଙ୍କ ଦ୍ୱାରା ଏକ ସାର୍ଟିଫିକେଟ୍ ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ରଚିତ ‘ଏଗଜାମ ୱାରିୟର’ ପୁସ୍ତକ ଥିବା ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା କିଟ୍ ପ୍ରଦାନ କରାଯିବ। ଏହି ପ୍ରତିଯୋଗିତାରେ ଓଡ଼ିଶାରୁ ୫୬ ଜଣ ମନୋନୀତ ହୋଇଛନ୍ତି।

ଏହି କାର୍ଯ୍ୟକ୍ରମ ଦୂରଦର୍ଶନ, ରେଡ଼ିଓ ଚ୍ୟାନେଲ, ବିଭିନ୍ନ ଟିଭି ଚ୍ୟାନେଲ ସମେତ, ଶିକ୍ଷା ମନ୍ତ୍ରଣାଳୟ, ନରେନ୍ଦ୍ର ମୋଦୀ, ପିଏମଓ ଇଣ୍ଡିଆ, ପିଆଇବି ଇଣ୍ଡିଆ ଭଳି ଡ଼ିଜିଟାଲ ପ୍ଲାଟଫର୍ମ ତଥା ୟୁଟ୍ୟୁବ ଚ୍ୟାନେଲ ସମେତ ଦୂରଦର୍ଶନ ନ୍ୟାସନାଲ, ଡ଼ିଡି ନ୍ୟୁଜ୍‌, ମାଇ ଗଭ.ଇଣ୍ଡିଆ, ସଂସଦ ଟିଭି ଏବଂ ସ୍ୱୟଂପ୍ରଭାରେ ସିଧାସଳଖ ପ୍ରସାରଣ କରାଯିବ।

ଆଜି ପିଆଇବି ଭୁବନେଶ୍ଵର ଠାରେ ଆୟୋଜିତ ଏ ସମ୍ପର୍କିତ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ଉପ ନିର୍ଦ୍ଦେଶକ ଡ. ଗିରିଶ ଚନ୍ଦ୍ର ଦାଶ କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ସୂଚନା ଦେବା ସହ ଏହାର ବ୍ୟାପକ ପ୍ରଚାର ପ୍ରସାର ପାଇଁ ଗଣମାଧ୍ୟମର ସହଯୋଗ ଲୋଡିଥିଲେ।  ସମ୍ମିଳନୀରେ ପିଆଇବିର ଗଣଯୋଗାଯୋଗ ଅଧିକାରୀ ପ୍ରଦୀପ କୁମାର ଚୌଧୁରୀ ଓ ସହାୟକ ସୂଚନା ଅଧିକାରୀ ସ୍ଵାଧୀନ ଶକ୍ତିପ୍ରସାଦ ଉପସ୍ଥିତ ଥିଲେ।

ପରୀକ୍ଷା ପେ ଚର୍ଚ୍ଚା ପ୍ରଧାନମନ୍ତ୍ରୀ ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026
Latest News

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.