
ଭୁବନେଶ୍ବର: ଆଜି ହେଉଛି ଉତ୍କଳ ଦିବସ, ଏହି ଉପଲକ୍ଷେ ଆଜି ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ତଥା ଶୁଭେଚ୍ଛା ଜଣାଇଛନ୍ତି। ନବୀନବାବୁ ଏକ ଟୁଇଟ କରି ଏହି ଶୁଭେଚ୍ଛା ଜଣାଇଛନ୍ତି।
ସେ କହିଛନ୍ତି ଯେ,
” ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବା। ବନ୍ଦେ ଉତ୍କଳ ଜନନୀ।”
Tags: ଉତ୍କଳ ଦିବସ, ଓଡିଶା ଦିବସ