ଆଜି ରାଜ୍ୟର ୧୦ ଟି ଜିଲ୍ଲାରେ ଚିହ୍ନଟ ହେଲେ ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Apr 1, 2022, 9:27 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୨ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୧

ଝାରସୁଗୁଡା ଜିଲ୍ଲାରୁ- ୩

କେନ୍ଦ୍ରାପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୪

ମୟୂରଭଞ୍ଜ ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୩

ସୁନ୍ଦରଗଡ ଜିଲ୍ଲାରୁ- ୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୬୬୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୧୨୧ ଏବଂ ବର୍ତ୍ତମାନ ୩୬୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts