Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା: ପ୍ରତିଷ୍ଠା ଦିବସରେ ପୋଲିସ ସେବା ପାଇଁ ପାଞ୍ଚ କର୍ମଚାରୀଙ୍କୁ ସମ୍ମାନିତ କଲେ ଏସପି
ଆଜିର ଖବର

ଖୋର୍ଦ୍ଧା: ପ୍ରତିଷ୍ଠା ଦିବସରେ ପୋଲିସ ସେବା ପାଇଁ ପାଞ୍ଚ କର୍ମଚାରୀଙ୍କୁ ସମ୍ମାନିତ କଲେ ଏସପି

April 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ଆଜି ୮୭ ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ସ୍ଥାନୀୟ ପୋଲିସ ରିଜର୍ଭ ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଲେଖ ଚନ୍ଦ୍ର ପହି ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମ୍ମିଳିତ ପରେଡରେ ଅଭିଭାଦନ ଗ୍ରହଣ କରିଥିଲେ।

ଏହି ଅବସରରେ ଏସପି ପହି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପଠନ କରିଥିଲେ। ନିଜ ଅଭିଭାଷଣରେ ଏସପି କହିଥିଲେ କି, ପୋଲିସ କେବଳ ଜନତାର ବନ୍ଧୁ କହିଲେ ହେବନି, ବାସ୍ତବରେ ଏହାକୁ ପ୍ରତିପାଦନ କର। ନିଜ ଦାୟିତ୍ବ ଓ କର୍ତ୍ତବ୍ୟ ସୂଚାରୁ ରୁପେ ପାଳନ କର। ସେବା ଓ ସମର୍ପଣ ଭାବ ନେଇ କାର୍ଯ୍ୟ କର। ନାଗରିକଙ୍କ ସହ ଉତ୍ତମ ବ୍ୟବହାର ଏବଂ ବନ୍ଧୁତ୍ଵପୂର୍ଣ୍ଣ ବାତାବରଣ ରହିଲେ ହୃଦୟ ଜିଣିପାରିବ ବୋଲି ଏସପି କହିଥିଲେ।

ପୋଲିସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ନାଭାଲ ଫାଣ୍ଡି ଅଧିକାରୀ ଦିଲ୍ଲୀପ କୁମାର ସାହୁ, ସଦର ଥାନା ଏଏସଆଇ ଦିଲ୍ଲୀପ କୁମାର ବିଶ୍ୱାଳ, ଜଙ୍କିଆ ଥାନା କନଷ୍ଟେବଳ ପ୍ରିତୀମୟୀ ବଡ଼ଜେନା, କନଷ୍ଟେବଳ ସୁଦାମ ବଳିୟାରସିଂହ ଏବଂ ଟ୍ରାଫିକ କନଷ୍ଟେବଳ ପ୍ରବୋଧ କୁମାର ସାହୁ ଆଦି ୫ଜଣ ପୋଲିସ କର୍ମଚାରୀଙ୍କୁ ଏସପି ପୁରସ୍କୃତ କରିଥିଲେ।

ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଅତିରିକ୍ତ ଏସପି ସୁରେଶ କୁମାର ଦାଶ, ସୁରେନ୍ଦ୍ର ନାଥ ମୁର୍ମୁଙ୍କ ସମେତ ଖୋର୍ଦ୍ଧା ଏସଡିପିଓ ସୁଶିଲ କୁମାର ମିଶ୍ର, ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ, ସମସ୍ତ ଥାନାଧିକାରୀ, ଅବସର ପ୍ରାପ୍ତ ବରିଷ୍ଠ ପୋଲିସ ଓ ସେନାଧିକାରୀମାନେ ମଧ୍ୟ ଉକ୍ତ ସମାରୋହରେ ଉପସ୍ଥିତ ଥିଲେ।

ଅଲେଖ ଚନ୍ଦ୍ର ପହି ଓଡିଶା ପୋଲିସ ଖୋର୍ଦ୍ଧା ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପୋଲିସ ସେବା ପ୍ରତିଷ୍ଠା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବେଦାନ୍ତ ଅଧ୍ୟକ୍ଷ ଅନିଲ ଅଗ୍ରୱାଲ

September 27, 2026

ଆଜି ସେପ୍ଟମ୍ବର ୨୭ ତାରିଖରେ ପାଞ୍ଚଟି ରାଶିର ବୁଲିଲା ଭାଗ୍ୟ ଚକ୍ର

September 27, 2026

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବେଦାନ୍ତ ଅଧ୍ୟକ୍ଷ ଅନିଲ ଅଗ୍ରୱାଲ

September 27, 2026

ଆଜି ସେପ୍ଟମ୍ବର ୨୭ ତାରିଖରେ ପାଞ୍ଚଟି ରାଶିର ବୁଲିଲା ଭାଗ୍ୟ ଚକ୍ର

September 27, 2026

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.