ଆଜି ରାଜ୍ୟର ୮ ଟି ଜିଲ୍ଲାରେ ଚିହ୍ନଟ ହେଲେ ଆକ୍ରାନ୍ତ, ଚିକିତ୍ସାଧୀନ ଅଛନ୍ତି ୩୬୫ ସଂକ୍ରମିତ

Published: Apr 2, 2022, 10:57 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୧ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨୨

ବାଲେଶ୍ଵର ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ- ୨

ଝାରସୁଗୁଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୭୦୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୧୬୨ ଏବଂ ବର୍ତ୍ତମାନ ୩୬୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts