Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚତୁର୍ଥ ପର୍ଯ୍ୟାୟ ବାଣିଜ୍ୟିକ ନିଲାମୀ ଅଧୀନରେ ନିଲାମ ହେଲା ଓଡ଼ିଶାର ଦୁଇଟି କୋଇଲା ଖଣି 
ଆଜିର ଖବର

ଚତୁର୍ଥ ପର୍ଯ୍ୟାୟ ବାଣିଜ୍ୟିକ ନିଲାମୀ ଅଧୀନରେ ନିଲାମ ହେଲା ଓଡ଼ିଶାର ଦୁଇଟି କୋଇଲା ଖଣି 

April 2, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଚାରିଟି ରାଜ୍ୟର ୫ଟି କୋଇଲା ଖଣିର ବାଣିଜ୍ୟିକ ନିଲାମ କରାଯାଇଛି। ଏଥିରେ ଓଡ଼ିଶାର ଦୁଇଟି କୋଇଲା ଖଣି- ଉତ୍କଳ ବି-୧ ଏବଂ ବି-୨ ରହିଛି। ଏହି ଦୁଇଟି ଖଣିକୁ ଜିନ୍ଦଲ ଷ୍ଟିଲ ଏବଂ ପାୱାର ଲିମିଟେଡ୍‌ ନିଲାମ ସୂତ୍ରରେ ନେଇଛି। ଦୁଇଟି ଖଣିର ପିଆରସି କ୍ଷମତା ବା ସର୍ବାଧିକ କୋଇଲା ଉତ୍ପାଦନ କ୍ଷମତା ବାର୍ଷିକ ୮.୦୦୦ ନିୟୁତ ଟନ୍‌ ହୋଇଥିବା ବେଳେ ଏଥିରେ ମୋଟ୍‌ ୩୪୭.୦୮ ନିୟୁତ ଟନ୍‌ ଭୂଗର୍ଭ କୋଇଲା ଗଚ୍ଛିତ ହୋଇ ରହିଛି। ଖଣିର ପିଆରସି କ୍ଷମତାକୁ ଆଧାର କରି ଏହି ଦୁଇଟି ଖଣିରୁ ବାର୍ଷିକ ୧୧୦୭.୦୫ କୋଟି ଟଙ୍କାର ରାଜସ୍ୱ ଆୟ ହୋଇପାରିବ ବୋଲି ଅନୁମାନ କରାଯାଇଛି। ଦୁଇଟି ଖଣିରେ ୧୨୦୦ କୋଟି ଟଙ୍କାର ପୁଞ୍ଜିନିବେଶ ହେବା ସହ ୧୦ ହଜାର ୮୧୬ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଓଡ଼ିଶାର ଦୁଇଟି ସମେତ ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ରର ଗୋଟିଏ ଲେଖାଏଁ କୋଇଲା ଖଣିର ନିଲାମ ପ୍ରକ୍ରିୟା ସମ୍ପନ୍ନ ହୋଇଛି।

କୋଇଲା ମନ୍ତ୍ରଣାଳୟ ଦ୍ଵାରା ଇ-ନିଲାମୀ ପ୍ରକ୍ରିୟାରେ ଏସବୁ କୋଇଲା ଖଣିର ବାଣିଜ୍ୟିକ ନିଲାମୀ ସମ୍ପାଦନ କରାଯାଇଛି। କୋଇଲା ଖଣି ଗୁଡ଼ିକର ବାଣିଜ୍ୟିକ ନିଲାମୀ ପାଇଁ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଟେଣ୍ଡର ଆହ୍ଵାନକାରୀ ନୋଟିସ (ଏନଆଇଟି) ଜାରି କରାଯାଇଥିଲା। କୋଇଲା ଖଣି (ସ୍ୱତନ୍ତ୍ର ବ୍ୟବସ୍ଥା) –ସିଏମ (ଏସପି) ଆଇନ, ୨୦୧୫ ଅଧୀନରେ ନିଲାମୀର ୧୪ତମ ପର୍ଯ୍ୟାୟ ଏବଂ ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) –ଏମଏମଡିଆର ଆଇନ, ୧୯୫୭ ଅଧୀନରେ ଏସବୁ କୋଇଲା ଖଣିର ନିଲାମୀ ନିମନ୍ତେ ଡିସେମ୍ବର ୧୬, ୨୦୨୧ରେ ଏନଆଇଟି ଜାରି କରାଯାଇଥିଲା। ଏମଏସଟିସି ପ୍ଲାଟଫର୍ମ ଜରିଆରେ ମାର୍ଚ୍ଚ ୩୧ ଏବଂ ଏପ୍ରିଲ ୧, ୨୦୨୨ରେ ଅନୁଷ୍ଠିତ ଇ-ନିଲାମୀ ପ୍ରକ୍ରିୟାରେ ମୋଟ ପାଞ୍ଚଟି ସିଏମଏସପି କୋଇଲା ଖଣିକୁ ନିଲାମୀ ନିମନ୍ତେ ରଖାଯାଇଥିଲା।

ନିଲାମୀରେ ସାମିଲ ଥିବା ସମସ୍ତ ୫ଟି କୋଇଲା ଖଣି ସମ୍ପୂର୍ଣ୍ଣ ଭାବେ ଅନ୍ୱେଷଣ କରାଯାଇଥିବା କୋଇଲା ଖଣି ହୋଇଥିବା ବେଳେ ଏସବୁ ଖଣିର ଭୂଗର୍ଭ ଭଣ୍ଡାରରେ ମୋଟ୍‌ ୬୬୫.୦୮ ନିୟୁତ ଟନ୍‌ କୋଇଲା ଗଚ୍ଛିତ ରହିଛି। ଏଗୁଡ଼ିକର ପିଆରସି କ୍ଷମତା ବାର୍ଷିକ ୧୪.୭୫୬ ନିୟୁତ ଟନ୍‌ ରହିଛି।

ବାଣିଜ୍ୟିକ କୋଇଲା ଖଣି ନିଲାମୀ ପ୍ରକ୍ରିୟା ଅଧୀନରେ ଏବେ ସୁଦ୍ଧା ମୋଟ୍‌ ୪୭ଟି କୋଇଲା ଖଣି ନିଲାମ ହୋଇସାରିଛି। ଏଥିରେ ଚତୁର୍ଥ ପର୍ଯ୍ୟାୟରେ ନିଲାମୀ ହୋଇଥିବା ଏହି ୫ଟି କୋଇଲା ଖଣି ମଧ୍ୟ ସାମିଲ ରହିଛି। ବର୍ତ୍ତମାନ ସୁଦ୍ଧା ନିଲାମ ହୋଇସାରିଥିବା କୋଇଲା ଖଣିଗୁଡ଼ିକର ସର୍ବମୋଟ୍‌ ପିଆରସି କ୍ଷମତା ବାର୍ଷିକ ୧୦୧.୪୦୪ ନିୟୁତ ଟନ୍‌ ରହିଛି।

ଓଡିଶା କୋଇଲା ଖଣି କୋଇଲା ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026
Latest News

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ଆତ୍ମସମର୍ପଣ କଲା ହମାସ, ଗାଜାରୁ ବାହାରିବ ଇସ୍ରାଏଲୀ ସେନା

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.