ଆଜି ରାଜ୍ୟର ୧୧ ଟି ଜିଲ୍ଲାରେ ଚିହ୍ନଟ ହେଲେ ଆକ୍ରାନ୍ତ, ଚିକିତ୍ସାଧୀନ ଅଛନ୍ତି ୩୩୦ ସଂକ୍ରମିତ

Published: Apr 3, 2022, 11:02 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୪୦ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୧

ଦେବଗଡ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୨

କେନ୍ଦ୍ରାପଡା ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୫

ମୟୂରଭଞ୍ଜ ଜିଲ୍ଲାରୁ- ୫

ସମ୍ବଲପୁର ଜିଲ୍ଲାରୁ- ୪

ସୁନ୍ଦରଗଡ ଜିଲ୍ଲାରୁ- ୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୭୩୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୨୩୩ ଏବଂ ବର୍ତ୍ତମାନ ୩୩୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts