ଆଜି ରାଜ୍ୟରେ ୧୫ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Apr 5, 2022, 11:14 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ମାତ୍ର ୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

କେନ୍ଦ୍ରାପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୯

ନୂଆପଡା ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୧

ଷ୍ଟେଟ ଅଫ ପୁଲରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୭୫୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୩୨୨ ଏବଂ ବର୍ତ୍ତମାନ ୨୬୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts