ଆଜି ରାଜ୍ୟରେ ୧୬ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Apr 6, 2022, 10:54 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ମାତ୍ର ୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବଲାଙ୍ଗୀରି ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ- ୨

କେନ୍ଦ୍ରାପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୬

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୩

ସୁନ୍ଦରଗଡ ଜିଲ୍ଲାରୁ- ୧

ଷ୍ଟେଟ ଅଫ ପୁଲରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୭୭୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୩୬୭ ଏବଂ ବର୍ତ୍ତମାନ ୨୩୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts