Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ
ଆଜିର ଖବର

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

April 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ବାଣପୁର ବ୍ଲକ ସମ୍ମୁଖରେ ଜନସାଧାରଣ ଓ ପୋଲିସ କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇଦେଇଥିବା ଅଭିଯୋଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବର୍ତ୍ତମାନ ବାଣପୁର ସବ ଜେଲରେ ଥିବା ବେଳେ ଆଜି ତାଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର ଆସିଛି। ବିଧାୟକଙ୍କୁ ଏକ ପୂର୍ବତନ ମାମଲାରେ ଜାମିନ ମିଳିଛି। ବିଧାୟକଙ୍କୁ ବାଣପୁର ସହକାରୀ ଦୌରାଜଜ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଜିଆର କେଶ ନମ୍ବର ୭୨/୨୨ ତଥା ବାଣପୁର ଥାନା କେଶ ନମ୍ବର ୮୧/୨୨ ରେ ଚିଲିକା ବିଧାୟକଙ୍କୁ ଜାମିନ ମିଳିଛି।

ସୂଚନା ଥାଉକି ଚଳିତ ବର୍ଷ ପଞ୍ଚାୟତ ନିର୍ବାଚନ ଦିନ ଭେଟେଶ୍ୱର ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳଙ୍କୁ ଦୁର୍ବୁତ୍ତ ମାନେ ମରଣାନ୍ତକ ଆକ୍ରମଣ କରିବା ସହ ତାଙ୍କ ଗାଡ଼ି ଭାଙ୍ଗିଦେଇଥିଲେ। ଏଥି ନିମନ୍ତେ ଜିତେନ୍ଦ୍ରଙ୍କ ଭାଇ ପ୍ରଦୀପ ଭୋଳ ଉକ୍ତଦିନ ରାତିରେ ବାଣପୁର ଥାନାରେ ଏତଲା ଦେବା ପାଇଁ ଯାଇଥିବା ବେଳେ ବିଧାୟକଙ୍କ ଉପସ୍ଥିତିରେ ଥାନା ପରିସରରେ ତାଙ୍କୁ ବିଜେଡି କର୍ମୀମାନେ ମରଣାନ୍ତକ ଆକ୍ରମଣ କରିଥିଲେ। ଏହାପରେ ପୋଲିସ କେଶ ନମ୍ବର ୮୧/୨୨ ରେ ମାମଲା ରୁଜୁ କରାଯାଇଥିଲା, ଯେଉଁଥିରେ ୧୫ ନମ୍ବର ଅଭିଯୁକ୍ତ ଭାବେ ଚିଲିକା ବିଧାୟକ ଥିଲେ।

ବିଧାୟକଙ୍କ ଓକିଲ ପକ୍ଷରୁ ଉକ୍ତ କେଶରେ ଚଳିତ ମାସ ଦୁଇ ତାରିଖ ଦିନ ବାଣପୁର ଜେଏମଏଫସିଙ୍କ ନିକଟରେ ଜାମିନ ପାଇଁ ଆବେଦନ କରାଯାଇଥିଲା। କିନ୍ତୁ ବିଚାରପତି ତାହାକୁ ଖାରଜ କରିଦେଇଥିଲେ। ଏହାପରେ ବାଣପୁର ସହକାରୀ ଦୌରା ଜଜଙ୍କ କୋର୍ଟରେ ଜାମିନ ପାଇଁ ୪ ତାରିଖ ଦିନ ଆବେଦନ କରାଯାଇଥିବା ବେଳେ ଆଜି ତାହାର ଶୁଣାଣି ହୋଇଥିଲା। ବିଧାୟକଙ୍କ ପକ୍ଷରୁ ଉକ୍ତ ମାମଲାକୁ ଆଇନଜୀବୀ ସୁଧୀର ପ୍ରଧାନ, ଜଗନ୍ନାଥ ଭୋଳ ଏବଂ ରଞ୍ଜନ ବେଦମତ୍ତା ପରିଚାଳନା କରୁଥିଲେ।

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବାଣପୁର ସର୍ତ୍ତମୂଳକ ଜାମିନ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଟିଏ ମ୍ୟାଚରେ ୫୦୦ ରୁ ଉର୍ଦ୍ଧ୍ଵ ରନ: ଅଭିଷେକ ଶର୍ମା ଏବଂ ଈଶାନ କିଷାନଙ୍କ ବିସ୍ଫୋରକ ପାଳି

March 22, 2026

ନବରାତ୍ରର ଚତୁର୍ଥ ଦିବସ: ମାଆଙ୍କ କୁଷ୍ମାଣ୍ଡା ରୂପ

March 22, 2026

ଶ୍ରୀ ବଳଦେବଜୀଉଙ୍କ ନୂତନ ରଥ ନିର୍ମାଣ ଦାବିରେ ଜିଲ୍ଲାପାଳଙ୍କୁ ଭେଟିଲା ବଳଦେବ ସେନା

March 22, 2026

“୪୮ ଘଣ୍ଟା ମଧ୍ୟରେ ଖାଲି କର ହରମୁଜ୍, ନଚେତ….”: ଇରାନକୁ ଧ୍ୱଂସ କରିବାକୁ ଧମକ ଦେଲେ ଟ୍ରମ୍ପ 

March 22, 2026
Latest News

ଗୋଟିଏ ମ୍ୟାଚରେ ୫୦୦ ରୁ ଉର୍ଦ୍ଧ୍ଵ ରନ: ଅଭିଷେକ ଶର୍ମା ଏବଂ ଈଶାନ କିଷାନଙ୍କ ବିସ୍ଫୋରକ ପାଳି

March 22, 2026

ନବରାତ୍ରର ଚତୁର୍ଥ ଦିବସ: ମାଆଙ୍କ କୁଷ୍ମାଣ୍ଡା ରୂପ

March 22, 2026

ଶ୍ରୀ ବଳଦେବଜୀଉଙ୍କ ନୂତନ ରଥ ନିର୍ମାଣ ଦାବିରେ ଜିଲ୍ଲାପାଳଙ୍କୁ ଭେଟିଲା ବଳଦେବ ସେନା

March 22, 2026

“୪୮ ଘଣ୍ଟା ମଧ୍ୟରେ ଖାଲି କର ହରମୁଜ୍, ନଚେତ….”: ଇରାନକୁ ଧ୍ୱଂସ କରିବାକୁ ଧମକ ଦେଲେ ଟ୍ରମ୍ପ 

March 22, 2026

ଗୋଟିଏ ସପ୍ତାହରେ ୧୩,୭୦୦ କୁ କମିଲା ସୁନା: ରୂପା ମୂଲ୍ୟରେ ମଧ୍ୟ ବଡ ହ୍ରାସ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.