Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ଭୁବନେଶ୍ୱର ନୂତନ ଷ୍ଟେସନରେ ଅତିରିକ୍ତ ରହଣି କରିବ ଚାରୋଟି ଟ୍ରେନ୍
ଆଜିର ଖବର

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ଭୁବନେଶ୍ୱର ନୂତନ ଷ୍ଟେସନରେ ଅତିରିକ୍ତ ରହଣି କରିବ ଚାରୋଟି ଟ୍ରେନ୍

April 8, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଯାତ୍ରୀମାନଙ୍କ ସୁବିଧା ପାଇଁ ରେଳବାଇ ଭୁବନେଶ୍ୱର ନୂତନ ଷ୍ଟେସନରେ ପର୍ଯ୍ୟାୟକ୍ରମେ ଚାରି ଯୋଡ଼ା ଟ୍ରେନର ରହଣି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛି ଯାହାକି ପୂର୍ବ ବିଜ୍ଞପ୍ତିରେ ଦର୍ଶାଯାଇପାରିନଥିଲା।

କୋଭିଡ଼୧୯ ମହାମାରୀ ସମୟରେ ସମସ୍ତ ଟ୍ରେନର ସେବା ବାତିଲ କରାଯାଇଥିଲା।  କୋଭିଡ଼ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏବଂ ପ୍ରୋଟୋକଲ୍ ଅନୁଯାୟୀ, କିଛି ଟ୍ରେନକୁ ସୀମିତ ରହଣି ସହିତ ବିଶେଷ ଟ୍ରେନ ଭାବରେ ପୁନଃ ଚଳାଚଳ କରାଗଲା ଯାହାଦ୍ୱାରା ଯାତ୍ରୀମାନେ ସେମାନଙ୍କର ଜରୁରୀ କାର୍ଯ୍ୟ ପାଇଁ ଯାତାୟାତ କରିପାରିବେ।

ପରିସ୍ଥିତିକୁ ଦୃଷ୍ଟିରେ ରଖି ରେଳବାଇ ବର୍ତ୍ତମାନ ପର୍ଯ୍ୟାୟକ୍ରମେ ଟ୍ରେନ ଚଳାଚଳ କରୁଅଛି।  ଉପରୋକ୍ତ ବିଷୟକୁ ଦୃଷ୍ଟିରେ ରଖି ବର୍ତମାନ ବିଶେଷ ଟ୍ରେନ ଭାବେ ଚଳାଚଳ କରୁଥିବା ପୁରୀ-କଟକ-ପୁରୀ ପାସେଞ୍ଜର ଏବଂ ଭୁବନେଶ୍ୱର-କେନ୍ଦୁଝରଗଡ-ଭୁବନେଶ୍ୱର ପାସେଞ୍ଜର (ଯାହାକି ବର୍ତ୍ତମାନ ଖୋର୍ଦ୍ଧା ରୋଡ଼ ଓ କେନ୍ଦୁଝରଗଡ଼ ମଧ୍ୟରେ ଚଳାଚଳ କରୁଛି) ଟ୍ରେନ୍ ଗୁଡିକୁ ଭୁବନେଶ୍ୱର ନୂତନ ଷ୍ଟେସନରେ ଚଳିତ ମାସ ୧୦ ତାରିଖ ଠାରୁ ରହଣି ଯୋଗାଇଦେବା ପାଇଁ ନିଷ୍ପତ୍ତି ନିଆଯାଇଅଛି।

ପୁରୀ-କଟକ-ପୁରୀ ମେମୁ:

ପୁରୀରୁ ୬୮୪୧୬/୬୮୪୧୫ ପୁରୀ-କଟକ-ପୁରୀ ମେମୁ ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ପୂର୍ବାହ୍ନ ୧୦ଘ.୦୫ମି.ରେ ପହଞ୍ଚି ପୂର୍ବାହ୍ନ ୧୦ଘ.୦୬ମି.ରେ କଟକ ଆଡକୁ ଯିବ।  କଟକରୁ ଏହି ଟ୍ରେନ୍ ଅପରାହ୍ନ ୫ଘ.୨୦ମି.ରେ ପହଞ୍ଚି ଏବଂ ଅପରାହ୍ନ ୫ଘ.୨୧ମି.ରେ ପୁରୀ ଅଭିମୁଖେ ଯାତ୍ରା କରିବ।

ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ମେମୁ:

୬୮୪୨୬/୬୮୪୨୫ ଭୁବନେଶ୍ୱରରୁ ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ମେମୁ ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ଅପରାହ୍ନ ୪ଘ.୫୪ମି.ରେ ପହଞ୍ଚି ଅପରାହ୍ନ ୪ଘ.୫୫ମି.ରେ କେନ୍ଦୁଝରଗଡ଼ ଅଭିମୁଖେ ଯାତ୍ରା କରିବ। କେନ୍ଦୁଝରଗଡ଼ରୁ ଏହି ଟ୍ରେନ୍ ଭୁବନେଶ୍ୱର ନୂଆ ଠାରେ ପୂର୍ବାହ୍ନ ୧୦ଘ.୧୪ମି.ରେ ପହଞ୍ଚି ପୂର୍ବାହ୍ନ ୧୦ଘ.୧୫ମି.ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବ।

ରେଳବାଇ ମଧ୍ୟ ପାଲାସା-କଟକ-ପାଲାସା ପାସେଞ୍ଜର ଏବଂ ଖଡ଼ଗ୍ପୁର-ଖୋର୍ଦ୍ଧା ରୋଡ଼-ଖଡ଼ଗ୍ପୁର ଫାଷ୍ଟ ପାସେଞ୍ଜର ଟ୍ରେନକୁ ଭୁବନେଶ୍ୱର ନୂତନ ଷ୍ଟେସନରେ ରହଣି ପାଇଁ ସ୍ଥିର କରିଛି। ଏହି ଟ୍ରେନଦ୍ବୟ ଏମାନଙ୍କର ଚଳାଚଳ ପ୍ରାରମ୍ଭ କରିବା ପରେ ଭୁବନେଶ୍ୱର ନୂତନ ଷ୍ଟେସନରେ ଅତିରିକ୍ତ ରହଣି କରିବ।

ପାଲାସା-କଟକ-ପାଲାସା ପାସେଞ୍ଜର:

୫୮୫୩୪/୫୮୫୩୩ପଲାସା ଠାରୁ ପଲାସା-କଟକ-ପାଲାସା ପାସେଞ୍ଜର ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ପୂର୍ବାହ୍ନ ୦୯ଘ.୫୪ମି.ରେ ପହଞ୍ଚି ପୂର୍ବାହ୍ନ ୦୯ଘ.୫୫ମି.ରେ କଟକ ଆଡକୁ ଯିବ। କଟକରୁ ଏହି ଟ୍ରେନ୍ ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ଅପରାହ୍ନ ୪ଘ.୩୮ମି.ରେ ପହଞ୍ଚି ଅପରାହ୍ନ ୪ଘ.୩୯ମି.ରେ ପଲାସା ଅଭିମୁଖେ ଯାତ୍ରା କରିବ।

ଖଡ଼ଗ୍ପୁର-ଖୋର୍ଦ୍ଧା ରୋଡ଼-ଖଡ଼ଗ୍ପୁର ଫାଷ୍ଟ ପାସେଞ୍ଜର:

ଖଡ଼ଗ୍ପୁର ଠାରୁ ୫୮୫୦୦୫/୫୮୫୦୦୬ ଖଡ଼ଗ୍ପୁର-ଖୋର୍ଦ୍ଧା ରୋଡ଼-ଖଡ଼ଗ୍ପୁର ଫାଷ୍ଟ ପାସେଞ୍ଜର ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ପୂର୍ବାହ୍ନ ୧୦ଘ.୫୪ମି.ରେ ପହଞ୍ଚି ପୂର୍ବାହ୍ନ ୧୦ଘ.୫୫ମି.ରେ ଖୋର୍ଦ୍ଧା ରୋଡ଼ ଅଭିମୁଖେ ଯାତ୍ରା କରିବ। ଖୋର୍ଦ୍ଧା ରୋଡ଼ରୁ ଏହି ଟ୍ରେନ୍ ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ଅପରାହ୍ନ ୫ଘ.୨୯ମି.ରେ ପହଞ୍ଚି ଅପରାହ୍ନ ୫ଘ.୨୯ମି.ରେ ଖଡ଼ଗ୍ପୁର ଅଭିମୁଖେ ଯାତ୍ରା କରିବ।

ଅତିରିକ୍ତ ରହଣି ଭୁବନେଶ୍ୱର ନୂତନ ଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025
Latest News

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025

ଚେସ୍ ମହିଳା ବିଶ୍ୱକପ୍‌ର ସେମିଫାଇନାଲ୍‌ରେ ପହଞ୍ଚିଲେ ଦିବ୍ୟା ଦେଶମୁଖ, ଜିତିବା ପରେ ହେଲେ ଭାବପ୍ରବଣ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.