Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ: ରାଜନୈତିକ ଦଳର ବିଜୟ ଶୋଭାଯାତ୍ରାରେ ନାଚିଲେ ସରକାରୀ କର୍ମଚାରୀ, ଭିଡ଼ିଓ ହେଲା ଭାଇରାଲ
ଆଜିର ଖବର

ବାଲୁଗାଁ: ରାଜନୈତିକ ଦଳର ବିଜୟ ଶୋଭାଯାତ୍ରାରେ ନାଚିଲେ ସରକାରୀ କର୍ମଚାରୀ, ଭିଡ଼ିଓ ହେଲା ଭାଇରାଲ

April 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ନିର୍ବାଚନରେ ପ୍ରତ୍ୟକ୍ଷ ଭାବେ ଶାସକ ଦଳକୁ ସରକାରୀ କର୍ମଚାରୀମାନେ ସହଯୋଗ କରୁଥିବାର ବିରୋଧୀମାନେ ଅଭିଯୋଗ କରିଆସୁଛନ୍ତି। ତେବେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଏନଏସି ଅଞ୍ଚଳରେ ଏପରି ଏକ ଭିଡିଓ ଭାଇରାଲ ହେଉଛି, ଯାହା ପରେ ବିରୋଧୀ ଦଳକୁ ଅଭିଯୋଗ କରିବାର ଏକ ସୁଯୋଗ ମିଳିଯାଇଛି।

ଖବର ମୁତାବକ ସୋସିଆଲ ମିଡିଆରେ ବାଲୁଗାଁ ଏନଏସି ୧୧ ନମ୍ବର ୱାର୍ଡ ସରଳାପଦର ଗ୍ରାମର ଏକ ଭିଡିଓ ଭାଇରଲ ହେବାରେ ଲାଗିଛି। ଯେଉଁଥିରେ ସଦ୍ୟ ଶେଷ ହୋଇଥିବା ବାଲୁଗାଁ ଏନଏସି ଉପାଧ୍ୟକ୍ଷ ନିର୍ବାଚନରେ ନିର୍ବାଚିତ ହୋଇଥିବା ଉପାଧ୍ୟକ୍ଷ ଭଗବାନ ପ୍ରଧାନଙ୍କ ବିଜୟ ଶୋଭାଯାତ୍ରାର ଭିଡିଓ ଦେଖିବାକୁ ମିଳୁଛି। ଏହି ଭିଡିଓରେ ତାଙ୍କ ସମର୍ଥକ ମାନେ ନାଚରେ ମସଗୁଲ ଅଛନ୍ତି।

https://thesamikhsya.com/odia/wp-content/uploads/2022/04/WhatsApp-Video-2022-04-10-at-12.40.47.mp4

ତେବେ ଉକ୍ତ ନାଚରେ ଗୀତର ତାଳେ ତାଳେ ଜଣେ ସରକାରୀ କର୍ମଚାରୀ ମଧ୍ୟ ନାଚୁଥିବା ଦେଖିବାକୁ ମିଳିଛି। ବାଲୁଗାଁ ଏନଏସିର ଟାକ୍ସ କଲେକ୍ଟର ଭାବେ କାର୍ଯ୍ୟରତ ସରକାରୀ କର୍ମଚାରୀ ପ୍ରକାଶ ମହାପାତ୍ର ଉକ୍ତ ଶୋଭାଯାତ୍ରାରେ ସାମିଲ ହୋଇ ଗୀତର ତାଳେ ତାଳେ ନାଚୁଥିବାର ଦେଖାଯାଇଛି।

ଗୋଟାଏ ପଟେ ମୁଖ୍ୟ ଶାସନ ସଚିବ ସରକାରୀ କର୍ମଚାରୀମାନେ ନିର୍ବାଚନରେ ନିରପେକ୍ଷତା ଅବଲମ୍ବନ କରିବା ପାଇଁ ନିର୍ଦ୍ଦେଶ ଦେଉଥିବା ବେଳେ ଅପରପକ୍ଷେ ଏଠି ଖୋଦ ସରକାରୀ କର୍ମଚାରୀ ସର୍ବସାଧାରଣ ସ୍ଥାନରେ ଏକ ନିର୍ଦ୍ଦିଷ୍ଟ ଦଳର ବିଜୟ ଉତ୍ସବରେ ଖୋଲାଖୋଲି ଭାବେ ସାମିଲ ହୋଇ ସରକାରଙ୍କ ଅସଲ ମୁଖା ଖୋଲିଦେଇଛନ୍ତି।

ଓଡ଼ିଶା ସର୍ଭିସ କଣ୍ଡକ୍ଟ ରୁଲ ୧୯୫୯ ଧାରା ୫ ମୁତାବକ କୌଣସି ସରକାରୀ କର୍ମଚାରୀ ରାଜନୈତିକ ଦଳ ସହ ଜଡ଼ିତ ହୋଇପାରିବେ ନାହିଁ। କିମ୍ବା ରାଜନୈତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିପାରିବେ ନାହିଁ। କିନ୍ତୁ ଏ ନେଇ ବାଲୁଗାଁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠଙ୍କୁ ଯୋଗାଯୋଗ କରିବାରୁ ସେ ଏ ବିଷୟରେ ଅଭିଯୋଗ ପାଇଛନ୍ତି ଏବଂ ଏହାର ତଦନ୍ତ କରିବେ ବୋଲି କହିଛନ୍ତି।

ବାଲୁଗାଁ ବାଲୁଗାଁ ଏନଏସି ଭିଡିଓ ଭାଇରାଲ ରାଜନୈତିକ ଦଳ ସରକାରୀ କର୍ମଚାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

ହ୍ୱାଟ୍ସଆପ୍ ଗ୍ରୁପରେ ଇସ୍ତଫା ଘୋଷଣା, ପରଦିନ ଡିଲିଟ୍! ତିରୁବନନ୍ତପୁରମରେ ବିଜେପିକୁ ନେଇ ବଡ଼ ରାଜନୈତିକ ଝଡ଼

October 4, 2026

ରୋଷେଇ ଘରେ ଏଭରେଷ୍ଟ ଜିରା ପାଉଡର ଅଛି କି? ବ୍ୟବହାର ପୂର୍ବରୁ ଚେକ୍ କରନ୍ତୁ ବ୍ୟାଚ୍ ନମ୍ବର

October 4, 2026
Latest News

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

PF ଓ EPS ନେଇ ବଡ଼ ଭୁଲ କରୁଛନ୍ତି କି? ଚାକିରି ବଦଳ ପୂର୍ବରୁ ଜାଣନ୍ତୁ ଏହି ନିୟମ

October 5, 2026

ଶିଙ୍ଗଲ୍ସ କେବଳ ଚର୍ମ ରୋଗ ନୁହେଁ! ଷ୍ଟ୍ରୋକ୍ ଓ ହୃଦଘାତ ବିପଦ ସହ କ’ଣ ରହିଛି ସମ୍ପର୍କ?

October 5, 2026

ଅଷ୍ଟ୍ରେଲିଆ-ଏ’ ସିରିଜ୍‌ରୁ ବାଦ୍ ପଡ଼ିଲେ ହାର୍ଦ୍ଦିକ, ସୂର୍ଯ୍ୟାଂଶଙ୍କୁ ସୁଯୋଗ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.