Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦ୍ୟାଳୟରେ ସକାଳୁଆ ପାଠପଢା ସମୟ ପରିବର୍ତ୍ତନ କରିବାକୁ ଦାବି
ଆଜିର ଖବର

ବିଦ୍ୟାଳୟରେ ସକାଳୁଆ ପାଠପଢା ସମୟ ପରିବର୍ତ୍ତନ କରିବାକୁ ଦାବି

April 17, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ନୂତନ ଶିକ୍ଷାବର୍ଷରୁ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ବିଦ୍ୟାଳୟରେ ପାଠପଢା ଚାଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଯେଉଁ ନିଷ୍ପତ୍ତି ନେଇଛି ତାହାକୁ ପରିବର୍ତ୍ତନ କରିବାକୁ ଦାବି କରିଛି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ। କରୋନା ଯୋଗୁଁ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଥିବାରୁ ତାହାକୁ ଲର୍ଣ୍ଣିଂ ରିକଭରି ପ୍ରୋଗ୍ରାମ ମାଧ୍ୟମରେ ଭରଣା କରାଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

ପ୍ରଚଣ୍ଡ ଗ୍ରୀଷ୍ମ ଯୋଗୁଁ ପିଜି ଶ୍ରେଣୀର ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିବା ବେଳେ ବିଦ୍ୟାଳୟସ୍ତରରେ ସରକାର ଶିକ୍ଷାଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସକାଳ ୬ଟାରୁ ପିଲାମାନେ ମା’କୋଳ ଛାଡ଼ି ନଥିବା ବେଳେ ଛୋଟ ଛୋଟ ପିଲାମାନେ କିପରି ବିଦ୍ୟାଳୟକୁ ଆସିପାରିବେ ବୋଲି ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶିକ୍ଷାଦାନ ସମୟକୁ ସକାଳ ୬.୩୦ରୁ ୯ଟା ପର୍ଯ୍ୟନ୍ତ ପରିବର୍ତ୍ତନ କରିବାକୁ ସଂଘ ଦାବି କରିଛି। ୨ବର୍ଷ ଧରି କରୋନା ଯୋଗୁଁ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଥିବା ବେଳେ ଏହାକୁ ମେ ପହିଲାରୁ ଜୁନ୍ ୬ ତାରିଖ ଅର୍ଥାତ୍ ମାତ୍ର ୩୫ ଦିନ ମଧ୍ୟରେ ରିକଭରି କରିବା ଆଦୌ ସଫଳ ହୋଇପାରିବ ନାହିଁ ବୋଲି ସଂଘ ଯୁକ୍ତି ବାଢିଛି। ବ୍ରିଜ କୋର୍ସ ତୃତୀୟ ପକ୍ଷ ଦ୍ୱାରା ଆୟୋଜନ କରିବାକୁ ସଂଘ ଦୃଢ ବିରୋଧ କରିଛି। ତୃତୀୟ ପକ୍ଷର କୌଣସି ଆବଶ୍ୟକତା ନାହିଁ। ୬ବର୍ଷ ଧରି ପ୍ରାଥମିକ ବିଦ୍ୟାଳୟରେ ସରକାର ଶିକ୍ଷକ ନିଯୁକ୍ତି କରି ନଥିବାରୁ ନିଜର ଭୁଲ୍‌କୁ ଲୁଚାଇବା ପାଇଁ ତୃତୀୟ ପକ୍ଷକୁ ଦାୟିତ୍ୱ ଦେଉଛନ୍ତି।

ଶିକ୍ଷା ବିଭାଗରେ ତୃତୀୟ ପକ୍ଷ ଦ୍ୱାରା ବ୍ରିଜ କୋର୍ସ ଶିକ୍ଷାଦାନର ତଦାରଖ କରାଗଲେ ନିଯୁକ୍ତ ହୋଇଥିବା ସି.ଆର.ସି.ସି., ବି.ଆର.ସି.ସି., ବିଇଓ, ଡିଇଓ ଓ ଅନ୍ୟ ପଦାଧିକାରୀମାନେ କଣ କରିବେ ବୋଲି ସଂଘ ସରକାରଙ୍କୁ ପ୍ରଶ୍ନ କରିଛି। ସରକାର ଶିକ୍ଷାକୁ ଘରୋଇକରଣ କରିବା ପାଇଁ ପ୍ରତ୍ୟକ୍ଷ ପ୍ରୋତ୍ସାହନ କରୁଛନ୍ତି। ଆଇନ ଯଦି ସମାନ ତବେ ଘରୋଇ ବିଦ୍ୟାଳୟ ଗୁଡ଼ିକ ପାଇଁ ଏହି ନିୟମ ଲାଗୁ କରାଯାଇ ନାହିଁ। ସରକାରୀ ଶିକ୍ଷାନୁଷ୍ଠାନରେ ଶିକ୍ଷାଦାନ ବାଧାପ୍ରାପ୍ତ ପାଇଁ ସରକାର ନିଜେ ଦାୟୀ ଅଟନ୍ତି।

ମେ ପହିଲାରୁ ଜୁନ୍ ୬ ତାରିଖ ପର୍ଯ୍ୟନ୍ତ ବ୍ରିଜ କୋର୍ସ ପାଇଁ ନିର୍ଦ୍ଧାରଣ କରାଯାଇଥିବା ସମୟ ସକାଳ ୬ଟା ବଦଳରେ ୬.୩୦ରୁ ୯ଟା କରିବା ପାଇଁ ସଂଘର ସଭାପତି ବ୍ରହ୍ମାନନ୍ଦ ମହାରଣା, ସାଧାରଣ ସମ୍ପାଦକ ବିଭୁପ୍ରସାଦ ସାହୁ, କୋଷାଧ୍ୟକ୍ଷ ଗୋପାଳ କିଶୋର ସେନ ଏକ ମିଳିତ ପ୍ରେସ୍ ବିବୃତ୍ତିରେ ଜଣାଇଛନ୍ତି।

ବିଦ୍ୟାଳୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମୟ ପରିବର୍ତ୍ତନ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026
Latest News

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.