Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

April 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି ।

ବାଚସ୍ପତି ଡଃ ସୂର୍ଯ୍ୟ ନାରାୟଣ ପାତ୍ର, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ବରିଷ୍ଠ ବିଧାୟକ ଶ୍ରୀ ଅନନ୍ତ ଦାସ, ଶ୍ରୀ ପ୍ରଫୁଲ୍ଲ ସାମଲ, ଶ୍ରୀ ଦେବୀ ମିଶ୍ର, ଶାସକଦଳର ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ଭୁବନେଶ୍ୱର (ମଧ୍ୟ) ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର (ଉତ୍ତର) ଶ୍ରୀ ସୁଶାନ୍ତ କୁମାର ରାଉତ,‌ ବିଧାନସଭା ସଚିବ ଶ୍ରୀ ଦାଶରଥି ଶତପଥୀ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ବିଧାନସଭା ନିର୍ଦ୍ଦେଶକ (ଗବେଷଣା) ଶ୍ରୀ କୃପାସିନ୍ଧୁ ମିଶ୍ର ପ୍ରମୁଖ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହିତ ସେ ଜଣେ ମହାନ୍ ଜନନାୟକ ଥିଲେ ବୋଲି ପ୍ରକାଶ କରିଥିଲେ ।

ଓଡ଼ିଆ ଜାତି ତାଙ୍କ ବର୍ତ୍ତମାନରେ ତାଙ୍କୁ ଯେତିକି ଭଲ ପାଉଥିଲେ, ଅବର୍ତ୍ତମାନରେ ମଧ୍ୟ ସେତିକି ଭଲ ପାଉଛନ୍ତି ଓ ସ୍ମରଣ କରୁଛନ୍ତି ବୋଲି ଅତିଥିମାନେ ପ୍ରକାଶ କରିଥିଲେ । ଶାଶ୍ଵତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଣ୍ଠଶିଳ୍ପୀ ମାନେ ବିଜୁ ବାବୁଙ୍କ ସ୍ମୃତିରେ ସୁମଧୁର ସଂଗୀତ ପରିବେଷଣ କରିଥିଲେ । ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲାବେଳେ ନିରାପତ୍ତା ଅଧିକାରୀ ଶ୍ରୀ ଗୋପାଳ ବେହେରା ନିରାପତ୍ତା ବ୍ୟବସ୍ଥାକୁ ବ୍ୟବସ୍ଥିତ କରିଥିଲେ ।

ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026

ପ୍ରେମିକାକୁ ହତ୍ୟା କରି ପ୍ରେମିକ ଗିରଫ

June 11, 2026

ପିଲାଙ୍କ ଅନଲାଇନ୍ ସୁରକ୍ଷା ପାଇଁ କଡ଼ା ପଦକ୍ଷେପ: ୧୬ ବର୍ଷରୁ କମ୍ ବୟସ୍କ ପିଲାଙ୍କ ପାଇଁ ସୋସିଆଲ ମିଡିଆ ନିଷେଧ

June 11, 2026

ଗୋଟିଏ ଟ୍ରାକରେ ଦୁଇଟି ଟ୍ରେନ ମୁହାଁମୁହିଁ

June 11, 2026
Latest News

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026

ପ୍ରେମିକାକୁ ହତ୍ୟା କରି ପ୍ରେମିକ ଗିରଫ

June 11, 2026

ପିଲାଙ୍କ ଅନଲାଇନ୍ ସୁରକ୍ଷା ପାଇଁ କଡ଼ା ପଦକ୍ଷେପ: ୧୬ ବର୍ଷରୁ କମ୍ ବୟସ୍କ ପିଲାଙ୍କ ପାଇଁ ସୋସିଆଲ ମିଡିଆ ନିଷେଧ

June 11, 2026

ଗୋଟିଏ ଟ୍ରାକରେ ଦୁଇଟି ଟ୍ରେନ ମୁହାଁମୁହିଁ

June 11, 2026

ଓମାନରେ ଜାହାଜ ଉପରେ ଆକ୍ରମଣ ପରେ ଭାରତର କଡ଼ା ପ୍ରତିକ୍ରିୟା, ଆମେରିକୀୟ କୂଟନୀତିଜ୍ଞ ସମନ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.