Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଓରିଆରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବସ୍ ଏବଂ ଜିପ୍ ମଧ୍ୟରେ ଧକ୍କା, ୬ ମୃତ
ଆଜିର ଖବର

ଦେଓରିଆରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବସ୍ ଏବଂ ଜିପ୍ ମଧ୍ୟରେ ଧକ୍କା, ୬ ମୃତ

April 19, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଦେଓରିଆ: ଦେଓରିଆ ଜିଲ୍ଲାର ଗୌରୀବଜାର ପୋଲିସ ଷ୍ଟେସନ ଅଞ୍ଚଳରେ ଏକ ବସ୍ ଏବଂ ଜିପ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଯାହାଫଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ରୁ ଅଧିକ ଆହତ ହୋଇଛନ୍ତି। ଆଜି ଗୌରୀବଜାର ପୋଲିସ ଏହି ସୂଚନା ଦେଇଛି। ପୋଲିସ କହିଛି ଯେ, ସୋମବାର ରାତି ପ୍ରାୟ ୧୦.୩୦ ସମୟରେ ଗୌରୀବଜାର-ରୁଦ୍ରପୁର ରାସ୍ତାରେ ଥିବା ଇନ୍ଦୁପୁର ଗ୍ରାମ ନିକଟରେ ଏକ ବସ୍ ଏବଂ ଜିପ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଆହତମାନଙ୍କୁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି, ଯେଉଁଥିରେ ଜଣଙ୍କର ଅବସ୍ଥା ଗୁରୁତର ଥିବା ଜଣାପଡିଛି।

ଏହି ସଡ଼କ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁକୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଯୋଗୀ ଟ୍ୱିଟ୍ କରି ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ପୋଲିସ ଅଧୀକ୍ଷକ ରାଜେଶ ସୋନକର କହିଛନ୍ତି ଯେ, କୁଶୀନଗର ଜିଲ୍ଲାର କୋହଡା ଗାଁର ବାସିନ୍ଦାମାନେ ବିବାହ ପୂର୍ବରୁ ତିଲକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପରେ ରାତିରେ ରୁଦ୍ରପୁରର ରାଇଶ୍ରୀ ଗ୍ରାମରୁ ଫେରୁଥିଲେ। ହେଲେ ରାସ୍ତାରେ ସେମାନଙ୍କର ଜିପ୍ ଏବଂ ବସ୍ ମଧ୍ୟରେ ଧକ୍କା ହୋଇଥିଲା। ବସ୍ ଗୋରଖପୁରରୁ ରୁଦ୍ରପୁରକୁ ଯାଉଥିଲା।

ଏହି ଦୁର୍ଘଟଣାରେ ରାମପ୍ରକାଶ ସିଂ, ବଶିଷ୍ଠ ସିଂ, ଜୋଖନ ସିଂ, ଅଙ୍କୁର ପାଣ୍ଡେ ଏବଂ ରମାନନ୍ଦ ମୌର୍ଯ୍ୟଙ୍କ ମୃତ୍ୟୁ ଘଟିଥିବା ବେଳେ ବସ୍‌ରେ ମୃତକଙ୍କ ମଧ୍ୟରୁ ଜଣଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚିହ୍ନଟ କରାଯାଇ ନାହିଁ ବୋଲି ସେ କହିଛନ୍ତି। ଅତିରିକ୍ତ ପୋଲିସ ଅଧୀକ୍ଷକ କହିଛନ୍ତି ଯେ, ୬ ଜଣଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ଜିଲ୍ଲା ମାଜିଷ୍ଟ୍ରେଟ ଜିତେନ୍ଦ୍ର ପ୍ରତାପ ସିଂ ଏବଂ ପୋଲିସ ଅଧୀକ୍ଷକ ଶ୍ରୀପତି ମିଶ୍ର ବିଳମ୍ବିତ ରାତିରେ ଜିଲ୍ଲା ଡାକ୍ତରଖାନାରେ ପହଞ୍ଚି ଆହତଙ୍କ ଅବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଏହି ଘଟଣାରେ ଦୁଃଖ ପ୍ରକାଶ କରି ଜିଲ୍ଲା ମାଜିଷ୍ଟ୍ରେଟ କହିଛନ୍ତି ଯେ, ସରକାରଙ୍କ ନିୟମ ଅନୁଯାୟୀ ମୃତ ତଥା ଆହତଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯିବ।

ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Latest News

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.