
ଭୁବନେଶ୍ବର: ଆଜି ସଂଧ୍ୟାରେ ଭୁବନେଶ୍ବରର ବିଭିନ୍ନ ସ୍ଥାନର ପ୍ରବଳ ପବନ ସହିତ ଝିପିଝିପି ବର୍ଷା ଆରମ୍ଭ ହୋଇଯାଇଛି। କେତେକ ସ୍ଥାନରେ ଘଡଘଡି ବିଜୁଳି ସହିତ ମଧ୍ୟମ ଧରଣର ବର୍ଷା ମଧ୍ୟ ହୋଇଛି। ପାଣିପାଗ ବିଭାଗ ଅନୁସାରେ ଆସନ୍ତାକାଲି ରାଜ୍ୟର ବାରଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।
ଯେଉଁ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ସେଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର,ରାୟାଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ସୁନ୍ଦରଗଡ, କେଉଁଝର, ମୟୂରଭଞ୍ଜ, ବାଲେଶ୍ବ ଏବଂ ଭଦ୍ରକ। ସେହିପରି ଗୁରୁବାରରେ କେଉଁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଜୟପୁର, ଭଦ୍ରଖ, ବାଲେଶ୍ବରକୁ ୟଲୋ ୱର୍ଣ୍ଣି ଜାରି କରାଯାଇଛି। ଭୁବନେଶ୍ବର ପାଣିପାଗ ବିଭାଗ ଅନୁସାରେ ଆସନ୍ତାକାଲିଠାରୁ ଚାରିଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ ବୋଲି କୁହାଯାଇଛି।