Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଢ଼ିଲା କୋଭିଡ ମୁକାବିଲା କରୁଥିବା ସ୍ବାସ୍ଥ୍ୟ କର୍ମୀଙ୍କ ପାଇଁ ବୀମା ଯୋଜନାର ଅବଧି
ଆଜିର ଖବର

ବଢ଼ିଲା କୋଭିଡ ମୁକାବିଲା କରୁଥିବା ସ୍ବାସ୍ଥ୍ୟ କର୍ମୀଙ୍କ ପାଇଁ ବୀମା ଯୋଜନାର ଅବଧି

April 19, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ‘‘ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ୍ (ପିଏମଜିକେପି) ଅନୁଯାୟୀ କୋଭିଡ-୧୯ ମୁକାବିଲା କରୁଥିବା ସ୍ବାସ୍ଥ୍ୟ କର୍ମୀଙ୍କ ପାଇଁ ବୀମା ଯୋଜନା’’ର ଅବଧି ୧୯ ଏପ୍ରିଲ ୨୦୨୨ ଠାରୁ ଆଗାମୀ ୧୮୦ ଦିନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କୋଭିଡ -୧୯ ରୋଗୀଙ୍କ ଚିକିତ୍ସାରେ ନିୟୋଜିତ ହୋଇଥିବା ସ୍ବାସ୍ଥ୍ୟ କର୍ମୀଙ୍କ ଉପରେ ନିର୍ଭରଶୀଳ ଆତ୍ମୀୟ ସ୍ବଜନଙ୍କୁ ସୁରକ୍ଷା ଯୋଗାଇ ଦେବା ପାଇଁ ଏହି ଯୋଜନାର ଅବଧି ସମ୍ପ୍ରସାରଣ ଲାଗି ନିଷ୍ପତ୍ତି ନିଆଯାଇଛି।

ଏ ସଂକ୍ରାନ୍ତରେ ୧୯ ଏପ୍ରିଲ ୨୦୨୨ରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶର ଅତିରିକ୍ତ ମୁଖ୍ୟ ଶାସନ ସଚିବ (ସ୍ବାସ୍ଥ୍ୟ)/ ପ୍ରମୁଖ ସଚିବ (ସ୍ବାସ୍ଥ୍ୟ)/ ସଚିବ (ସ୍ବାସ୍ଥ୍ୟ)ମାନଙ୍କୁ ଏକ ପତ୍ର ଲେଖାଯାଇଛି। ସମ୍ପୃକ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶରେ ବୀମା ଯୋଜନାର ଅବଧି ସମ୍ପ୍ରସାରଣ ସମ୍ପର୍କରେ ସ୍ବାସ୍ଥ୍ୟ କର୍ମୀଙ୍କ ମଧ୍ୟରେ ବ୍ୟାପକ ପ୍ରଚାରପ୍ରସାର କରିବା ଲାଗି ଏହି ପତ୍ରରେ ପରାମର୍ଶ ଦିଆଯାଇଛି।

ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ପିଏମଜିକେପି ବୀମା ଯୋଜନା ୩୦ ମାର୍ଚ୍ଚ ୨୦୨୦ରେ ଆରମ୍ଭ କରାଯାଇଥିଲା। କୋଭିଡ-୧୯ ରୋଗୀଙ୍କ ପ୍ରତ୍ୟକ୍ଷ ସଂସ୍ପର୍ଶରେ ଆସି ସେମାନଙ୍କୁ ଚିକିତ୍ସା କରୁଥିବା ସରକାରୀ ସ୍ବାସ୍ଥ୍ୟ କର୍ମୀ ଏବଂ ଘରୋଇ ସ୍ବାସ୍ଥ୍ୟ କର୍ମୀ ଏହି ରୋଗ ଦ୍ବାରା ପ୍ରଭାବିତ ହେଲେ ସେମାନଙ୍କୁ ବୀମା ଯୋଜନାର ଲାଭ ମିଳିପାରିବ। ଦେଶର ୨୨.୧୨ ଲକ୍ଷ ସ୍ବାସ୍ଥ୍ୟ କର୍ମୀଙ୍କୁ ଏହି ଯୋଜନାରେ ୫୦ ଲକ୍ଷ ଟଙ୍କାର ବୀମା ସୁରକ୍ଷା ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି।

ଆହୁରି, ବିଶେଷ ପରିସ୍ଥିତିରେ, ରାଜ୍ୟ/କେନ୍ଦ୍ର ସରକାରଙ୍କ ଡାକ୍ତରଖାନା, ରାଜ୍ୟ/କେନ୍ଦ୍ର/କେନ୍ଦ୍ର ଶାସିତ ପ୍ରଦେଶ ସରକାରଙ୍କ ସ୍ବୟଂଶାସିତ ଡାକ୍ତରଖାନା/ ଏମ୍ସ ଓ ଜାତୀୟ ଗୁରୁତ୍ବ ବହନ କରୁଥିବା ସଂସ୍ଥାନ (ଆଇଏନଆଇ)/କେନ୍ଦ୍ର ମନ୍ତ୍ରଣାଳୟ ଅଧୀନରେ ଆସୁଥିବା ଡାକ୍ତରଖାନା ଦ୍ବାରା କୋଭିଡ-୧୯ ଚିକିତ୍ସା ପାଇଁ ଆବଶ୍ୟକତା ଅନୁଯାୟୀ ନିୟୋଜିତ ହୋଇଥିବା ଘରୋଇ ଡାକ୍ତରଖାନାର କର୍ମଚାରୀ/ଅବସରପ୍ରାପ୍ତ/ସ୍ବେଚ୍ଛାସେବୀ/ସ୍ଥାନୀୟ ସହରାଞ୍ଚଳ ପ୍ରଶାସନ/ଚୁକ୍ତିଭିତ୍ତିକ/ଦିନ ମଜୁରି/ଆଡହକ/ଆଉଟସୋର୍ସରେ ରହିଥିବା କର୍ମଚାରୀଙ୍କୁ ମଧ୍ୟ ପିଏମଜିକେପି ବୀମା ଯୋଜନାର ଲାଭ ମିଳିପାରିବ।ଏହି ଯୋଜନା ଆରମ୍ଭ ହେବା ପରଠାରୁ, ଏବେ ସୁଦ୍ଧା ୧୯୦୫ ଜଣ ସ୍ବାସ୍ଥ୍ୟ କର୍ମୀଙ୍କୁ ବୀମା ସହାୟତା ଯୋଗାଇ ଦିଆଯାଇଛି। କୋଭିଡ ରୋଗୀଙ୍କ ଚିକିତ୍ସା କରୁଥିବା ସମୟରେ ପ୍ରାଣ ହରାଇଥିବା ଏହିସବୁ ସ୍ବାସ୍ଥ୍ୟକର୍ମୀଙ୍କ ପରିବାରଜନଙ୍କୁ ବୀମା ସୁରକ୍ଷା ଅର୍ଥ ମିଳିଛି।

କୋଭିଡ ମୁକାବିଲା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.