Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶବ୍ୟାପୀ ଆୟୋଜିତ ହେଉଛି ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ମେଳା
ଆଜିର ଖବର

ଦେଶବ୍ୟାପୀ ଆୟୋଜିତ ହେଉଛି ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ମେଳା

April 20, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
Ministry of Health and Family welfare

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶ ସରକାରଙ୍କ ସହଭାଗିତାରେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଓ କଲ୍ୟାଣ କେନ୍ଦ୍ରଗୁଡ଼ିକ ପ୍ରତିଷ୍ଠା ହେବାର ଚତୁର୍ଥ ବର୍ଷ ପୂର୍ତ୍ତି ପାଳନ କରାଯାଉଛି। ଆଜାଦୀ କା ଅମୃତ ମହୋତ୍ସବ ଅନ୍ତର୍ଗତ ଏପ୍ରିଲ୍‌ ୧୬ ତାରିଖ ଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଦେଶବ୍ୟାପୀ ଅତ୍ୟନ୍ତ ଉତ୍ସାହ ଏବଂ ଉଦ୍ଦୀପନାର ସହିତ ଏହି କାର୍ଯ୍ୟକ୍ରମକୁ ପାଳନ କରାଯାଉଥିବା ଦେଖିବାକୁ ମିଳିଛି।

ଏହି ଅବସରରେ ଦେଶର ବିଭିନ୍ନ ବ୍ଲକ୍‌ସ୍ତରରେ ସ୍ୱାସ୍ଥ୍ୟ ମେଳା ଆୟୋଜନ କରାଯାଉଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ, ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶର ସ୍ୱାସ୍ଥ୍ୟ ମନ୍ତ୍ରୀ, ସାଂସଦ, ବିଧାୟକ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ, ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶର ପ୍ରମୁଖ ସ୍ୱାସ୍ଥ୍ୟ ସଚିବ, ସ୍ୱାସ୍ଥ୍ୟ ସଚିବ, ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ, ଜନପ୍ରତିନିଧି ଏବଂ ସ୍ଥାନୀୟ ବିଶିଷ୍ଟ ବ୍ୟକ୍ତିମାନେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଓ କଲ୍ୟାଣ କେନ୍ଦ୍ର ପରିଦର୍ଶନ କରୁଛନ୍ତି । ଏସବୁ କେନ୍ଦ୍ରରେ ଯୋଗାଇ ଦିଆଯାଉଥିବା ଶସ୍ତା ଏବଂ ସୁଲଭ ସ୍ୱାସ୍ଥ୍ୟସେବା ସମ୍ପର୍କରେ ସେମାନେ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରୁଛନ୍ତି।

ଏପ୍ରିଲ୍‌ ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ଦେଶର ଏକ ଲକ୍ଷରୁ ଅଧିକ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଓ କଲ୍ୟାଣ କେନ୍ଦ୍ରରେ ବ୍ଲକ୍‌ସ୍ତରରେ ସ୍ୱାସ୍ଥ୍ୟ ମେଳା ଆୟୋଜନ କରାଯାଉଛି। ପ୍ରତି ଜିଲ୍ଲାରେ ଅତିକମରେ ଗୋଟିଏ ବ୍ଲକ୍‌ରେ ସ୍ୱାସ୍ଥ୍ୟ ମେଳା ଅନୁଷ୍ଠିତ ହେଉଛି। ପ୍ରତି ବ୍ଲକ୍‌ରେ ଦିନିକିଆ ସ୍ୱାସ୍ଥ୍ୟ ମେଳା ଆୟୋଜନ କରାଯିବ ଏବଂ ଦେଶର ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶରେ ବ୍ଲକସ୍ତରୀୟ ସ୍ୱାସ୍ଥ୍ୟ ମେଳା ଆୟୋଜନ କରିବାକୁ ଲକ୍ଷ୍ୟ ରଖାଯାଇଛି।

ସାରା ଦେଶର ୪୬୪ଟି ବ୍ଲକ୍‌ରେ ସ୍ୱାସ୍ଥ୍ୟ ମେଳା ଆୟୋଜନ କରାଯାଉଥିବା ବେଳେ ପ୍ରଥମ ଦିନରେ ୩ ଲକ୍ଷ ୫୦ ହଜାରରୁ ଅଧିକ ଲୋକ ଏଥିରେ ଅଂଶଗ୍ରହଣ କରିଥିବା ସୂଚନା ମିଳିଛି। ହଜାର ହଜାର ଲୋକ ଉଚ୍ଚରକ୍ତଚାପ, ମଧୁମେହ ଆଦି ରୋଗର ଯାଞ୍ଚ କରାଇଛନ୍ତି। ଏଥିସହିତ ୬୪ ହଜାର ଆଭା ସ୍ୱାସ୍ଥ୍ୟ ପରିଚୟପତ୍ର ସୃଷ୍ଟି କରାଯାଇଛି ଏବଂ ୧୭ ହଜାରରୁ ଅଧିକ ପିଏମଜେଏୱାଇ ଗୋଲ୍ଡେନ୍‌ କାର୍ଡ ଜାରି କରାଯାଇଛି।

ଏପ୍ରିଲ ୧୮ ତାରିଖରେ ଓଡ଼ିଶାର ୨୬ଟି ବ୍ଲକ୍‌ରେ ସ୍ୱାସ୍ଥ୍ୟ ମେଳା ଆୟୋଜିତ ହୋଇଥିବା ବେଳେ ଏଥିରେ ୨୦ ହଜାରରୁ ଅଧିକ ଲୋକ ପଞ୍ଜୀକରଣ କରି ସେମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଇଛନ୍ତି।

ଆୟୁଷ୍ମାନ ଭାରତ – ସ୍ୱାସ୍ଥ୍ୟ ଓ କଲ୍ୟାଣ କେନ୍ଦ୍ରରେ ୧୬ ଏପ୍ରିଲ ୨୦୨୨ରେ ଗୋଟିଏ ଦିନରେ ଇ-ସଞ୍ଜିବନୀ ପ୍ଲାଟଫର୍ମ ମାଧ୍ୟମରେ ରେକର୍ଡ ୩ ଲକ୍ଷ ଟେଲି ପରାମର୍ଶ ଦିଆଯାଇଛି। ଆୟୁଷ୍ମାନ ଭାରତ – ସ୍ୱାସ୍ଥ୍ୟ ଓ କଲ୍ୟାଣ କେନ୍ଦ୍ର ଆରମ୍ଭ ହେବା ପରଠାରୁ ଏହା ଗୋଟିଏ ଦିନରେ ସର୍ବାଧିକ ସଂଖ୍ୟକ ଟେଲି ପରାମର୍ଶ ସେବା। ପୂର୍ବରୁ ଗୋଟିଏ ଦିନରେ ସର୍ବାଧିକ ୧.୮ ଲକ୍ଷ ଟେଲି ପରାମର୍ଶ ଦିଆଯିବାର ରେକର୍ଡ ରହିଥିଲା।

ସୂଚନାଯୋଗ୍ୟ ଯେ, ଜାତୀୟ ସ୍ୱାସ୍ଥ୍ୟ ନୀତି ୨୦୧୭ର ଉଦ୍ଦେଶ୍ୟ ସାଧିତ କରିବା ସହିତ ସାର୍ବଜନୀନ ସ୍ୱାସ୍ଥ୍ୟ ପ୍ରସାର ପାଇଁ ବଜେଟ୍‌ରେ ବ୍ୟବସ୍ଥା କରାଯାଇଥିଲା। ଏହି ଲକ୍ଷ୍ୟ ନେଇ ସାରା ଦେଶରେ ୧ ଲକ୍ଷ ୫୦ ହଜାର ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଓ କଲ୍ୟାଣ କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ୨୦୧୮ ମସିହା ଫେବୃଆରୀ ମାସରେ ଘୋଷଣା କରାଯାଇଥିଲା।

ପ୍ରାଥମିକ ଚିକିତ୍ସା କ୍ଷେତ୍ରରେ ଚୟନାତ୍ମକ ପରିବର୍ତ୍ତେ ବିସ୍ତୃତ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଦିଗରେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଓ କଲ୍ୟାଣ କେନ୍ଦ୍ରଗୁଡ଼ିକ ବ୍ୟାପକ ପରିବର୍ତ୍ତନ ଆଣିପାରିଛନ୍ତି। ଏସବୁ କେନ୍ଦ୍ରରେ ପ୍ରୋତ୍ସାହନମୂଳକ, ନିରାକରଣଯୋଗ୍ୟ, ଉପଚାର ଆଧାରିତ, ପୁନର୍ବାସ ଓ ଉପଶମ ଆଧାରିତ ସମାବେଶୀ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି। ଚିକିତ୍ସା କ୍ଷେତ୍ରରେ ରୋଗ-କୈନ୍ଦ୍ରିକ ପରିବର୍ତ୍ତେ କଲ୍ୟାଣ କୈନ୍ଦ୍ରିକ ଆଭିମୁଖ୍ୟ ଗ୍ରହଣ କରାଯାଇଛି। ଏଥିସହିତ ‘ସମସ୍ତଙ୍କ ପାଇଁ ସୁସ୍ଥତା’ ଆଭିମୁଖ୍ୟକୁ ସମର୍ଥନ କରୁଥିବା ‘ସମସ୍ତଙ୍କ ଠାରେ ସୁସ୍ଥତା’ର ଅନ୍ତର୍ଜାତୀୟ ଦୃଷ୍ଟିକୋଣ ଅନୁରୂପ ଆନ୍ତଃକ୍ଷେତ୍ରୀୟ ସମନ୍ବୟ ଉପରେ ଗୁରୁତ୍ବାରୋପ କରାଯାଇଛି।

ଆୟୁଷ୍ମାନ ଭାରତ ଦେଶବ୍ୟାପୀ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026
Latest News

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.