Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ପରିସରରେ ପାରଳା ମହାରାଜାଙ୍କ ଜୟନ୍ତୀ ପାଳିତ
ଆଜିର ଖବର

ବିଧାନସଭା ପରିସରରେ ପାରଳା ମହାରାଜାଙ୍କ ଜୟନ୍ତୀ ପାଳିତ

April 26, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଧାନସଭା ପରିସରରେ ପାରଳା ମହାରାଜାଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୦ତମ ଜୟନ୍ତୀ ଅବସରରେ ଓଡ଼ିଶା ବିଧାନସଭା ପରିସରରେ ଥିବା ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ବାଚସ୍ପତି ଡଃ. ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ, ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ଉତ୍କଳ ସମ୍ମିଳନୀର ସଭାପତି ପ୍ରଫେସର ଅଦେ୍ୱତ କୁମାର ପାତ୍ର, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ନିର୍ଦ୍ଦେଶକ(ଗବେଷଣା) ଶ୍ରୀ କୃପାସିନ୍ଧୁ ମିଶ୍ର ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ଭାରତର ପ୍ରଥମ ରାଜ୍ୟ ଭାବେ ଭାଷାଭିତ୍ତିକ ସ୍ୱତନ୍ତ୍ର ଓଡ଼ିଶା ଗଠନରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ । ନବଉତ୍କଳ ଗଠନ ହେଲା ପରେ ୧୯୩୭ ଅପ୍ରେଲ ୧ ତାରିଖରେ ସେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଗୁରୁଦାୟିତ୍ୱ ବହନ କରିଥିଲେ । ପରେ ୧୯୪୧ ମସିହା ନଭେମ୍ବର ମାସଠାରୁ ୧୯୪୪ ମସିହା ଜୁନ ମାସ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବେ ନାରୀଶିକ୍ଷାର ଉନ୍ନତି, ଉତ୍କଳ ବିଶ୍ୱବିଦ୍ୟାଳୟର ସ୍ଥାପନା, ପୂର୍ଣ୍ଣାଙ୍ଗ ସ୍ୱତନ୍ତ୍ର ଓଡ଼ିଶା ଗଠନ, ଓଡ଼ିଆ ଭାଷାର ପ୍ରଚାରପ୍ରସାର, କୃଷି, ସ୍ୱାସ୍ଥ୍ୟ ଓ ଶିଳ୍ପର ବିକାଶ ପାଇଁ ବିବିଧ ବଳିଷ୍ଠ ପଦକ୍ଷେପ ଗ୍ରହଣ କରିଥିଲେ ।

ସେ ନବଉତ୍କଳର ଅନ୍ୟତମ ନିର୍ମାତା ଥିଲେ ବୋଲି ବାଚସ୍ପତି ଓ ଅନ୍ୟ ଅତିଥିମାନେ ପ୍ରକାଶ କରିଥିଲେ । ପାରଳା ମହାରାଜାଙ୍କ ତ୍ୟାଗ ଏବଂ ଓଡ଼ିଶା ପ୍ରତି ଥିବା ଭଲପାଇବା ତାଙ୍କୁ ଚିରସ୍ମରଣୀୟ କରି ରଖିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ ।
ନ୍ୟାୟାଳୟ, କାର୍ଯ୍ୟାଳୟ ଓ ବିଦ୍ୟାଳୟମାନଙ୍କରେ ଓଡ଼ିଆ ଭାଷା ଆନ୍ତରିକ ଭାବରେ ବ୍ୟବହୃତ ହେଲେ ହିଁ ଏ ଭାଷା ସମୃଦ୍ଧ ହେବ ଏବଂ ବରପୁତ୍ରମାନଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।

ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଣ୍ଠଶିଳ୍ପୀମାନେ କୃଷ୍ଣଚନ୍ଦ୍ର ଗଜପତିଙ୍କ ସ୍ମୃତିରେ ପ୍ରେରଣାଦାୟୀ ସଂଗୀତ ପରିବେଷଣ କରିଥିଲେ । ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

ଡ. ସୂର୍ଯ୍ୟନାରାୟଣ ପାତ୍ର ପାରଳା ବିଧାନସଭା ମହାରାଜା କୃଷ୍ଣଚନ୍ଦ୍ର ଗଜପତି
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.