Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଆଜିର ଖବର

ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

April 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ନବ ଉତ୍କଳର ନିର୍ମାତା, ସାହିତ୍ୟାନୁରାଗୀ, ସୁଶାସକ ତଥା ପ୍ରଜାବତ୍ସଳ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କର ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଆଜି ସକାଳେ ଭୁବନେଶ୍ୱର ଏ.ଜି. ଛକସ୍ଥିତ ପରିବହନ ଭବନ ସମ୍ମୁଖରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ପୂର୍ବତନ ଉପ ବାଚସ୍ପତି ଶ୍ରୀ ରାମଚନ୍ଦ୍ର ପଣ୍ଡା, ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସମ୍ପାଦକ ଡଃ. ଲେନିନ୍ ମହାନ୍ତି ପ୍ରମୁଖ ଅତିଥି ଭାବେ ଯୋଗଦେଇ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ମାନସ ରଞ୍ଜନ ଖୁଣ୍ଟିଆ, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଓ ବିଭାଗର ଅନ୍ୟ ପଦାଧିକାରୀ, ଓଡ଼ିଆ ଭାଷା, ସାହିତ୍ୟ ସଂସ୍କୃତି ବିଭାଗର ଅନୁସଚିବ ଶ୍ରୀ ଲକ୍ଷ୍ମୀଧର ବେହେରା, ଉତ୍କଳ ସମ୍ମିଳନୀ ଏବଂ ପାରଳା ଗଜପତି ବିକାଶ ମଂଚ,ଭୁବନେଶ୍ୱରର କର୍ମକର୍ତ୍ତା, ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣ ଯୋଗଦେଇ ଏଠାରେ ପାରଳା ମହାରାଜାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଦୋକାନରେ ଚା’ ପିଉଥିବା ବେଳେ ଆତର୍କିତ ଆକ୍ରମଣ: ଯୁବକ ଗୁରୁତର

September 18, 2025

ଦିଶା ପଟାନିଙ୍କ ଘରେ ଗୁଳି ଚଳାଇବା ମାମଲା: ଏନକାଉଣ୍ଟର ନିହତ ହେଲେ ଦୁଇ ଅଭିଯୁକ୍ତ

September 18, 2025

ଅକ୍ଟୋବର ୨ ରୁ ୩୧ ଯାଏଁ ସ୍ୱଚ୍ଛତା ଓ କାର୍ଯ୍ୟଦକ୍ଷତା ପାଇଁ ସ୍ୱତନ୍ତ୍ର ଅଭିଯାନ ୫.୦

September 18, 2025

ଆସନ୍ତା ୨୨ ଯାଏଁ ରାଜ୍ୟରେ ଘଡଘଡି ସହ ବର୍ଷା: ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

September 18, 2025
Latest News

ଟ୍ରମ୍ପଙ୍କ ପାଇଁ ଖରାପ ଖବର!: ଏବେ ଭାରତ ସହିତ ମୁକ୍ତ ବାଣିଜ୍ୟ କରିବେ ଏହି ୨୭ ଟି ଦେଶ

September 18, 2025

ଦୋକାନରେ ଚା’ ପିଉଥିବା ବେଳେ ଆତର୍କିତ ଆକ୍ରମଣ: ଯୁବକ ଗୁରୁତର

September 18, 2025

ଦିଶା ପଟାନିଙ୍କ ଘରେ ଗୁଳି ଚଳାଇବା ମାମଲା: ଏନକାଉଣ୍ଟର ନିହତ ହେଲେ ଦୁଇ ଅଭିଯୁକ୍ତ

September 18, 2025

ଅକ୍ଟୋବର ୨ ରୁ ୩୧ ଯାଏଁ ସ୍ୱଚ୍ଛତା ଓ କାର୍ଯ୍ୟଦକ୍ଷତା ପାଇଁ ସ୍ୱତନ୍ତ୍ର ଅଭିଯାନ ୫.୦

September 18, 2025

ଆସନ୍ତା ୨୨ ଯାଏଁ ରାଜ୍ୟରେ ଘଡଘଡି ସହ ବର୍ଷା: ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

September 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.