Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଆଜିର ଖବର

ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

April 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ନବ ଉତ୍କଳର ନିର୍ମାତା, ସାହିତ୍ୟାନୁରାଗୀ, ସୁଶାସକ ତଥା ପ୍ରଜାବତ୍ସଳ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କର ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଆଜି ସକାଳେ ଭୁବନେଶ୍ୱର ଏ.ଜି. ଛକସ୍ଥିତ ପରିବହନ ଭବନ ସମ୍ମୁଖରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ପୂର୍ବତନ ଉପ ବାଚସ୍ପତି ଶ୍ରୀ ରାମଚନ୍ଦ୍ର ପଣ୍ଡା, ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସମ୍ପାଦକ ଡଃ. ଲେନିନ୍ ମହାନ୍ତି ପ୍ରମୁଖ ଅତିଥି ଭାବେ ଯୋଗଦେଇ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ମାନସ ରଞ୍ଜନ ଖୁଣ୍ଟିଆ, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଓ ବିଭାଗର ଅନ୍ୟ ପଦାଧିକାରୀ, ଓଡ଼ିଆ ଭାଷା, ସାହିତ୍ୟ ସଂସ୍କୃତି ବିଭାଗର ଅନୁସଚିବ ଶ୍ରୀ ଲକ୍ଷ୍ମୀଧର ବେହେରା, ଉତ୍କଳ ସମ୍ମିଳନୀ ଏବଂ ପାରଳା ଗଜପତି ବିକାଶ ମଂଚ,ଭୁବନେଶ୍ୱରର କର୍ମକର୍ତ୍ତା, ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣ ଯୋଗଦେଇ ଏଠାରେ ପାରଳା ମହାରାଜାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ୱିତୀୟ ଟି-୨୦ରେ ଜାକବ୍ ବେଥେଲ୍‌ଙ୍କ ବିସ୍ଫୋରକ ପାଳି: ଇଂଲଣ୍ଡଠାରୁ ଭାରତର ଲଜ୍ଜାଜନକ ପରାଜୟ

July 5, 2026

ଆଜି ଜୁଲାଇ ୫ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ, ଜାଣନ୍ତୁ ରାଶିଫଳ

July 5, 2026

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026
Latest News

ସିଜି ସେମି ଆଉଟସୋର୍ସଡ୍ ସେମିକଣ୍ଡକ୍ଟର ଆସେମ୍ବଲି ଏବଂ ଟେଷ୍ଟ ସୁବିଧାକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

July 5, 2026

ଦ୍ୱିତୀୟ ଟି-୨୦ରେ ଜାକବ୍ ବେଥେଲ୍‌ଙ୍କ ବିସ୍ଫୋରକ ପାଳି: ଇଂଲଣ୍ଡଠାରୁ ଭାରତର ଲଜ୍ଜାଜନକ ପରାଜୟ

July 5, 2026

ଆଜି ଜୁଲାଇ ୫ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ, ଜାଣନ୍ତୁ ରାଶିଫଳ

July 5, 2026

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.