ମନୋଜ ଦାସଙ୍କ ଜନ୍ମସ୍ଥାନ ସ୍ମାରକୀ କାର୍ଯ୍ୟକୁ ଶିଘ୍ର ଶେଷ କର,ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

Published: Apr 26, 2022, 7:12 pm IST

ଭୁବନେଶ୍ବର: ମନୋଜ ଦାସଙ୍କ ପରିବାର ସଦସ୍ୟ ମାନଙ୍କ ପ୍ରସ୍ତାବ କ୍ରମେ ରାଜ୍ୟ ସରକାର ତାଙ୍କର ଜନ୍ମସ୍ଥାନ ବାଲେଶ୍ବର ଜିଲ୍ଲା ଶଂଖାରୀ ଗ୍ରାମରେ ଥିବା ତାଙ୍କର ପୈତୃକ ବାସଭବନକୁ ହାତକୁ ନେବେ ଏବଂ ତାହାକୁ ପ୍ରଥିତଯଶା ଭାତୃଦ୍ବୟ ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସ, ଏହି ଦୁଇ ଭାଇଙ୍କ ନାମରେ ‘ମନ୍ମଥ-ମନୋଜ ସ୍ମାରକୀ’ ଭାବରେ ଘୋଷଣା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

ସେଠାରେ ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ବାରା ଇତିହାସ ଓ ସାହିତ୍ୟ ଉପରେ ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ ଓ ବାସଭବନ ପରିସରରେ ଥିବା ମନ୍ଦିରର ସଂରକ୍ଷଣ ମଧ୍ୟ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲ।ଏଥିପାଇଁ ତାଙ୍କ ପରିବାର ତରଫରୁ ଆବଶ୍ୟକ ପୈତୃକ ଜମି ଓ ଘର ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି। ଏହି ପ୍ରକ୍ରିୟାକୁ ତ୍ବରାନ୍ବିତ କରି ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Related posts