Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟର ୫ଟି ସ୍ଥାନରେ ନଡ଼ିଆ ଚାଷୀଙ୍କ ପାଇଁ ଆୟୋଜିତ ହେବ ସଚେତନତା କାର୍ଯ୍ୟକ୍ରମ
ଆଜିର ଖବର

ରାଜ୍ୟର ୫ଟି ସ୍ଥାନରେ ନଡ଼ିଆ ଚାଷୀଙ୍କ ପାଇଁ ଆୟୋଜିତ ହେବ ସଚେତନତା କାର୍ଯ୍ୟକ୍ରମ

April 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଅଧୀନ ନାରିକେଳ ଉନ୍ନୟନ ବୋର୍ଡ ପକ୍ଷରୁ ନଡ଼ିଆ ଚାଷୀଙ୍କ ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଓଡ଼ିଶାର ପାଞ୍ଚଟି ସ୍ଥାନରେ ଏପରି ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏପ୍ରିଲ ୨୮ ତାରିଖ, ଗୁରୁବାର ଜଗତସିଂହପୁର ଜିଲ୍ଲାର ବାଲିକୁଦାରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ୧୦୦ ଜଣ ଚାଷୀ ଭାଗ ନେବେ। ସେହିପରି ପୁରୀ କୃଷି ବିକାଶ କେନ୍ଦ୍ରରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ୩୦୦ ନଡ଼ିଆ ଚାଷୀ ଅଂଶଗ୍ରହଣ କରିବେ। ୧୦୦ ଜଣ ଲେଖାଏଁ ନଡ଼ିଆ ଚାଷୀଙ୍କୁ ନେଇ ୨୯ ତାରିଖରେ ଖୋର୍ଦ୍ଧା ଉଦ୍ୟାନ କୃଷି ବିଦ୍ୟାଳୟ ଏବଂ ୩୦ ତାରିଖରେ କେନ୍ଦ୍ରାପଡ଼ା କୃଷି ବିକାଶ କେନ୍ଦ୍ରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହେବ। ଆସନ୍ତା ମେ ପହିଲାରେ ଭୁବନେଶ୍ବରର ଇମେଜ୍‌ଠାରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିରେ ୨୦୦ ଚାଷୀ ଅଂଶଗ୍ରହଣ କରିବେ।

ସମ୍ପ୍ରତି କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଦେଶବ୍ୟାପୀ ‘‘ଅନ୍ନଦାତା ଦେବୋ ଭବ – କିଷାନ ଭାଗିଦାରୀ ପ୍ରାଥମିକତା ହମାରୀ’’ ଅଭିଯାନ ଜାରି ରହିଛି। ଏହି କ୍ରମରେ ନାରିକେଳ ଉନ୍ନୟନ ବୋର୍ଡ ପକ୍ଷରୁ ‘ବୈଜ୍ଞାନିକ ପ୍ରଣାଳୀରେ ନଡ଼ିଆ ଚାଷ, ପ୍ରକ୍ରିୟାକରଣ ଏବଂ ମୂଲ୍ୟ ସମ୍ବର୍ଦ୍ଧନ’ ବିଷୟବସ୍ତୁକୁ ନେଇ ନଡ଼ିଆ ଚାଷୀଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ୨୬ ଏପ୍ରିଲ ଠାରୁ ମେ ପହିଲା ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ସାରା ଦେଶର ନଡ଼ିଆ ଚାଷୀମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବା। କେନ୍ଦ୍ର କୃଷି ଏବଂ କୃଷ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମର ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ପ୍ରାୟ ୨୦ ହଜାର ନଡ଼ିଆ ଚାଷୀ ଦେଶବ୍ୟାପୀ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ବୋଲି ଆଶା କରାଯାଉଛି।

ଏହି ଉପଲକ୍ଷେ ନଡ଼ିଆ ଚାଷ, ପ୍ରକ୍ରିୟାକରଣ ଏବଂ ମୂଲ୍ୟ ବୃଦ୍ଧି ବିଷୟବସ୍ତୁକୁ ନେଇ ୮୦ଟି ସେମିନାର ଆୟୋଜନ କରାଯିବ। ଆଇସିଏଆର, ସିପିସିଆରଆଇ, ରାଜ୍ୟ କୃଷି/ଉଦ୍ୟାନ କୃଷି ବିଭାଗ, କୃଷି ବିଜ୍ଞାନ କେନ୍ଦ୍ର ଏବଂ କୃଷକ ଉତ୍ପାଦକ ସଂଗଠନମାନଙ୍କ ସହଭାଗିତାରେ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ୨୬ରୁ ୨୮ ଏପ୍ରିଲ ମଧ୍ୟରେ ଏକ ଭର୍ଚୁଆଲ ବାଣିଜ୍ୟ ମେଳା ମଧ୍ୟ ଆୟୋଜନ କରାଯାଉଛି। ଚାଷୀ, ଉଦ୍ୟୋଗୀ, ନୀତି ନିର୍ଦ୍ଧାରକ ଏବଂ ଅନ୍ୟ ଅଂଶୀଦାରମାନଙ୍କୁ ଏହି ସଚେତନତା ଅଭିଯାନରେ ସାମିଲ କରାଯିବାର କାର୍ଯ୍ୟକ୍ରମ ରହିଛି।

କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଭାରତ ସରକାର ସଚେତନତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.