Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉଗ୍ରବାଦୀ ପ୍ରଭାବିତ ଅଞ୍ଚଳଗୁଡିକରେ ୪ଜି ମୋବାଇଲ ସେବାକୁ ଉନ୍ନୀତ କରିବାକୁ କ୍ୟାବିନେଟର ଅନୁମୋଦନ
ଆଜିର ଖବର

ଉଗ୍ରବାଦୀ ପ୍ରଭାବିତ ଅଞ୍ଚଳଗୁଡିକରେ ୪ଜି ମୋବାଇଲ ସେବାକୁ ଉନ୍ନୀତ କରିବାକୁ କ୍ୟାବିନେଟର ଅନୁମୋଦନ

April 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ
ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ସାର୍ବଜନୀନ ସେବା ଦାୟିତ୍ୱ ପାଣ୍ଠି (ୟୁନିଭର୍ସାଲ ସର୍ଭିସ ଓବ୍ଲିଗେସନ ଫଣ୍ଡ ବା ୟୁଏସ୍ଓଏଫ୍) ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ତଦନୁସାରେ ଦେଶରେ ବାମପନ୍ଥୀ ଉଗ୍ରବାଦୀ ପ୍ରଭାବିତ ଅଞ୍ଚଳଗୁଡିକରେ ଥିବା ୨ଜି ମୋବାଇଲ ସେବାକୁ ୪ଜିକୁ ଉନ୍ନୀତ କରାଯିବ। ବିଶେଷତଃ ଏସବୁ ଅଞ୍ଚଳର ନିରାପତ୍ତା ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଥିବା ୨ଜି ମୋବାଇଲ ସାଇଟ୍ଗୁଡିକୁ ୪ଜିରେ ପରିଣତ କରାଯିବ।

ପ୍ରଥମ ପର୍ଯ୍ୟାୟରେ ଏସବୁ ଉଗ୍ରବାଦୀ ପ୍ରଭାବିତ ଅଞ୍ଚଳରେ ଥିବା ୨୩୪,୩ ଟି ୨ଜି ମୋବାଇଲ ସାଇଟକୁ ୪ଜିରେ ପରିଣତ କରାଯିବ ଏବଂ ଏଥିପାଇଁ ଆନୁମାନିକ ୧୮୮୪.୫୯ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଖର୍ଚ୍ଚ ମଧ୍ୟରେ ଟିକସ ଓ ଉପକର ଅନ୍ତର୍ଭୁକ୍ତ ନୁହେଁ । ଯେଉଁ ମୋବାଇଲ ସାଇଟଗୁଡିକ ୨ଜିରୁ ୪ଜିକୁ ଉନ୍ନୀତ ହେବ ତାହାର ରକ୍ଷଣାବେକ୍ଷଣ ଓ ପରିଚାଳନା ସମ୍ପୃକ୍ତ ସଂସ୍ଥାକୁ ପାଂଚବର୍ଷ ଯାଏ କରିବାକୁ ପଡିବ। ତେବେ ଏହି ପାଂଚବର୍ଷର ରକ୍ଷଣାବେକ୍ଷଣ ପରେ ସମ୍ପୃକ୍ତ ସାଇଟ୍ଗୁଡିକର ପରିଚାଳନା ଓ ଦେଖାଶୁଣା କାମ ବିଏସ୍ଏନ୍ଏଲ ନିଜ ଖର୍ଚ୍ଚରେ କରିବ। ତେବେ ଏସବୁ ମୋବାଇଲ ସାଇଟଗୁଡିକ ବିଏସ୍ଏନ୍ଏଲ ସମ୍ପତ୍ତି ହୋଇଥିବାରୁ ଏହାର ଆଧୁନିକୀକରଣ ଓ ଉନ୍ନତୀକରଣ କାମ ବିଏସ୍ଏନ୍ଏଲ୍କୁ ଦେବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ବାମପନ୍ଥୀ ଉଗ୍ରବାଦୀ ପ୍ରଭାବିତ ଅଞ୍ଚଳରେ ଏବେ ଯେଉଁ ୨ଜି ମୋବାଇଲ ସେବା ଚାଲିଛି ଏହାର ରକ୍ଷଣାବେକ୍ଷଣ ଓ ପରିଚାଳନା ନିମନ୍ତେ ବିଏସଏନ୍ଏଲକୁ ଅର୍ଥ ଯୋଗାଇ ଦେବାକୁ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ୫ବର୍ଷର ଚୁକ୍ତିବଦ୍ଧ ସମୟସୀମା ବାହାରେ ବିଏସ୍ଏନ୍ଏଲ ଏହି ସାଇଟ୍ଗୁଡିକର ରକ୍ଷଣାବେକ୍ଷଣ ଓ ପରିଚାଳନା କରିପାରିବ। ଏଥିପାଇଁ ୫୪୧.୮୦କୋଟି ଟଙ୍କା ଖର୍ଚ୍ଚ ହେବ। କ୍ୟାବିନେଟ ଅନୁମୋଦନର ତାରିଖଠାରୁ ୧୨ମାସ କିମ୍ବା ୪ଜି ସାଇଟ୍ କାର୍ଯ୍ୟକ୍ଷମ ହେବା ପର୍ଯ୍ୟନ୍ତ -ଯେଉଁଟି ଆଗ ତାହାକୁ କାର୍ଯ୍ୟକାଳ ବୃଦ୍ଧି ସମୟ ଭାବେ ଗ୍ରହଣ କରାଯିବ।

ଏ ସମ୍ମାନଜନକ ପ୍ରକଳ୍ପ ପାଇଁ ସରକାର ବିଏସ୍ଏନ୍ଏଲ୍କୁ ବାଛିବାର କାରଣ ହେଲା ୪ଜିରେ ଦେଶୀ କାରିଗରି ଜ୍ଞାନକୌଶଳ ଓ ସାମଗ୍ରୀର ଉପଯୋଗ କରାଯିବ। ଏହା ଫଳରେ ଟେଲିକମ୍ କ୍ଷେତ୍ର ଆତ୍ମନିର୍ଭର ହୋଇପାରିବ ଏବଂ ଘରୋଇ ବଜାର ଆବଶ୍ୟକତା ପୂରଣ ହେବ। ଆଧୁନିକୀକରଣ କାର୍ଯ୍ୟରେ ଦେଶୀ ୪ଜି ଉତ୍ପାଦ ଓ ଉପକରଣ ବ୍ୟବହାର କରାଯିବ।

ଏହି ଉନ୍ନୟନ ଓ ପରିବର୍ତ୍ତନ ପ୍ରକ୍ରିୟା ଫଳରେ ଉଗ୍ରବାଦୀ ପ୍ରଭାବିତ ଅଞ୍ଚଳରେ ଇଣ୍ଟରନେଟ ଓ ଡାଟା ସେବାରେ ଉନ୍ନତି ଆସିବ। ଏହା ଫଳରେ ସେ ଅଞ୍ଚଳରେ ମୁତୟନ ହେଉଥିବା ନିରାପତା କର୍ମଚାରୀଙ୍କ ଯୋଗାଯୋଗ ଆବଶ୍ୟକତା ପୂରଣ ହେବ। ଏହାଛଡା ଗ୍ରାମାଞ୍ଚଳକୁ ଉନ୍ନତ ମୋବାଇଲ ଓ ଇଣ୍ଟରନେଟ୍ ସେବା ଯୋଗାଇ ଇ-ପ୍ରଶାସନକୁ ସୁଦୃଢ କରିବାକୁ ସରକାର ଯେଉଁ ଉଦ୍ୟମ କରୁଛନ୍ତି ତାହା ମଧ୍ୟ ଏହି ପ୍ରକ୍ରିୟା ଦ୍ୱାରା ଅନେକାଂଶରେ ପୂରଣ ହେବ।

୪ଜି ସେବା ଏହି ସବୁ ଅଞ୍ଚଳରେ ବ୍ୟାଙ୍କ, ଟେଲିମେଡିସିନ, ଟେଲି ଶିକ୍ଷା ଓ ଟେଲି ଯୋଗାଯୋଗ କ୍ଷେତ୍ରରେ ବିଶେଷ ସହାୟକ ହୋଇପାରିବ।

କ୍ୟାବିନେଟ ବୈଠକ ନରେନ୍ଦ୍ର ମୋଦୀ ମୋବାଇଲ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.