Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ସହରାଂଚଳ ପଶୁ ଚିକିତ୍ସାଳୟର ଶୁଭାରମ୍ଭ
ଆଜିର ଖବର

ସୋଆ ସହରାଂଚଳ ପଶୁ ଚିକିତ୍ସାଳୟର ଶୁଭାରମ୍ଭ

April 28, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ଏଠାରେ ସୋଆ ବିଶ୍ଵବିଦ୍ୟାଳୟ ପରିଚାଳିତ ସହରାଂଚଳ ପଶୁ ଚିକିତ୍ସାଳୟର ଶୁଭାରମ୍ଭ ହୋଇଛି। ରାଜ୍ୟର ଏହି ପ୍ରଥମ ବେସରକାରୀ ପଶୁ ଚିକିତ୍ସାଳୟ କୃଷି, କୃଷକ ସଶକ୍ତିକରଣ ଓ ପଶୁସମ୍ପଦ ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ ଏବଂ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡଃ) ମନୋଜରଞ୍ଜନ ନାୟକଙ୍କ ଦ୍ଵାରା ଉଦ୍‌ଘାଟିତ ହୋଇଛି।

ଭୁବନେଶ୍ୱର ଉପକଣ୍ଠ ଶାମ୍‌ପୁର ଠାରେ ଆରମ୍ଭ ହୋଇଥିବା ଏହି ପଶୁ ଚିକିତ୍ସାଳୟରେ ସବୁ ପ୍ରକାର ପଶୁପକ୍ଷୀ ମାନଙ୍କର ଚିକିତ୍ସା କରାଯିବାର ବ୍ୟବସ୍ଥା ରହିଛି।

ଏଥିରେ ଗାଏନାକୋଲୋଜି, ସର୍ଜରୀ ଓ ମେଡିସିନ୍ ଭଳି ବିଭାଗର ବ୍ୟବସ୍ଥା ରହିଛି। ଗୃହପାଳିତ ପଶୁ ସମେତ ରାସ୍ତାରେ ବୁଲୁଥିବା ପଶୁମାନଙ୍କର ଏଠାରେ ଚିକିତ୍ସା କରାଯିବ ବୋଲି ସୂଚନା ଦେଇଛନ୍ତି ସୋଆ ଭେଟେରିନାରୀ କଲେଜର ଡିନ୍ ପ୍ରଫେସର ବ୍ରହ୍ମଦେବ ପଟ୍ଟନାୟକ।

ଏହି ଚିକିତ୍ସାଳୟରେ ଫାର୍ମାସୀ, ଲାବୋରେଟୋରୀ, ଓ ଅପରେସନ ଥିଏଟର ର ମଧ୍ୟ ବ୍ୟବସ୍ଥା ରହିଛି । ପ୍ରାଣୀଙ୍କ ଚିକିତ୍ସା ନିମନ୍ତେ ଏହି ଚିକିତ୍ସାଳୟରେ ୨୪ ଘଣ୍ଟା ସମସ୍ତ ସେବା ଉପଲବ୍ଧ ରହିବ ବୋଲି କହିଛନ୍ତି ଏହି ଚିକିତ୍ସାଳୟାର ନିର୍ଦ୍ଦେଶକ ଡଃ ଡି.ଏନ୍‌. ପଲ୍।

ନିର୍ଦ୍ଦେଶକଙ୍କ ସମେତ ୩ ଜଣ ପ୍ରଫେସର ମଧ୍ୟ ଏଠାରେ କାର୍ଯ୍ୟରତ ରହିବେ। ତେବେ ଏହି ଚିକିତ୍ସାଳୟର ମୁଖ୍ୟ ଆକର୍ଷଣ ହେଉଛି ଗୃହପାଳିତ ପଶୁମାନଙ୍କ ନିମନ୍ତେ ସ୍ୱତନ୍ତ୍ର ସ୍ପା। ଏହି ସ୍ପାରେ ପଶୁମାନଙ୍କୁ ଗାଧୋଇଦେବା ସହ ତାଙ୍କର ହେୟାର କଟିଂ, ନେଲ୍ କଟିଂ ଏବଂ ଅନ୍ୟାନ୍ୟ ପ୍ରକାର ସ୍ୱାସ୍ଥ୍ୟଗତ ସୁବିଧା ଉପଲବ୍ଧ ରହିଛି ବୋଲି ପ୍ରଫେସର ପଟ୍ଟନାୟକ କହିଛନ୍ତି।

ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମ ସମୟର ସବୁଠାରୁ ଆକର୍ଷଣ ଥିଲା ଗୋଟିଏ ମାଙ୍କଡ। ଉଦ୍‌ଘାଟନ ପୂର୍ବରୁ ହିଁ ମାଙ୍କଡ ଟି ଚିକିତ୍ସାଳୟରେ ଘୂରି ବୁଲୁଥିଲା। ତା’ର କିଛିଟା ସ୍ୱାସ୍ଥ୍ୟଗତ ସମସ୍ୟା ରହିଛି ଏବଂ ଉଦ୍‌ଘାଟନୀ ପରେ ପ୍ରଥମ ରୋଗୀ ଭାବେ ତା’ର ଚିକିତ୍ସା କରାଯିବ ବୋଲି ପ୍ରଫେସର ପଟ୍ଟନାୟକ କହିଥିଲେ।

ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର (ଡଃ) ଅଶୋକ କୁମାର ମହାପାତ୍ର, ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଏବଂ ଚିକିତ୍ସାଳୟର ନିର୍ଦ୍ଦେଶକ ଏବଂ ବିଭିନ୍ନ ବିଭାଗର ଡାକ୍ତର ଉପସ୍ଥିତ ଥିଲେ।

ଡଃ ଅରୁଣ କୁମାର ସାହୁ ପଶୁ ଚିକିତ୍ସାଳୟ ମନୋଜରଞ୍ଜନ ନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026
Latest News

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଆଜି ଆପଣଙ୍କ ଆକାଉଣ୍ଟରେ ଜମା ହେବ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରନ୍ତୁ ଯାଞ୍ଚ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.