Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୃଷକମାନେ ଏକତ୍ରିତ ଭାବେ ଉତ୍ପାଦିତ ଫସଲକୁ ବଜାରକୁ ଆଣିଲେ ହିଁ କୃଷି କ୍ଷେତ୍ରରେ ଉନ୍ନତି ଘଟିବ: ଡବ୍ଲୁଓଡିସି ଅଧ୍ୟକ୍ଷ
ଆଜିର ଖବର

କୃଷକମାନେ ଏକତ୍ରିତ ଭାବେ ଉତ୍ପାଦିତ ଫସଲକୁ ବଜାରକୁ ଆଣିଲେ ହିଁ କୃଷି କ୍ଷେତ୍ରରେ ଉନ୍ନତି ଘଟିବ: ଡବ୍ଲୁଓଡିସି ଅଧ୍ୟକ୍ଷ

May 1, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆମ ଦେଶରେ କୃଷକମାନେ ବଜାରକୁ ଦୃଷ୍ଟିରେ ରଖି ଫସଲ ଉତ୍ପାଦନ କରିବା ଉଚିତ୍। ସେମାନେ ନିଜର ପଡୋଶୀ ସହର, ରାଜ୍ୟ ଓ ବିଦେଶକୁ ନଜରରେ ରଖି ଫସଲ ଉତ୍ପାଦନ କଲେ ହିଁ କୃଷି କ୍ଷେତ୍ରରେ ଉନ୍ନତି ଘଟିବ ବୋଲି କହିଛନ୍ତି ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କର ପ୍ରମୁଖ ପରାମର୍ଶଦାତା ଅସିତ ତ୍ରିପାଠୀ।

ଓଡିଶାରେ କୃଷି ଭିତିକ ଉଦ୍ୟୋଗର ସାମଗ୍ରିକ ବିକାଶ ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ଆୟୋଜିତ “ସୋଆ ଏଗ୍ରି କନ୍‌ଫ୍‌ଲୁଏନ୍ସ ୨୦୨୨”ର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୂର୍ବତନ ମୁଖ୍ୟ ଶାସନ ସଚିବ ଶ୍ରୀ ତ୍ରିପାଠୀ କହିଛନ୍ତି ଯେ, କୃଷକମାନେ ଯେଉଁ ଫସଲ ଉତ୍ପାଦନ କରୁଛନ୍ତି ତାହା ବଜାରରେ ତାହା ଏକତ୍ରିତ ଭାବେ ବଜାରକୁ ଆଣିଲେ ହିଁ ସେମାନଙ୍କର ଭଲ ରୋଜଗାର ହୋଇପାରିବ ଏବଂ ଆମ ଦେଶର କୃଷି କ୍ଷେତ୍ର ମଧ୍ୟ ଉନ୍ନତ ହେବ। ଏ ଦିଗରେ କୃଷି ଉଦ୍ୟୋଗୀ ମାନେ ମଧ୍ୟ ସାମିଲ ହେବା ଉଚିତ୍ ବୋଲି ସେ କହିଛନ୍ତି।

ସେହିପରି ଶିକ୍ଷିତ ଛାତ୍ରଛାତ୍ରୀମାନେ ସରକାରୀ କିମ୍ବା ବେସରକାରୀ ଚାକିରୀ ପ୍ରତି ଅଧିକ ଆକୃଷ୍ଟ ନ ହୋଇ କୃଷି କ୍ଷେତ୍ରରେ ମନୋନିବେଶ କରି ନିଜର କୃଷି ଷ୍ଟାର୍ଟଅଫ୍ କରିବା ନେଇ ଗୁରୁତ୍ୱାରୋପ କରିଛନ୍ତି ଶ୍ରୀ ତ୍ରିପାଠୀ।

ଏହି ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ କହିଥିଲେ ଯେ ଗବେଷକ ଏବଂ କୃଷି ବିଜ୍ଞାନୀମାନେ କୃଷି କ୍ଷେତ୍ରକୁ ଅଧିକ ଗୁରୁତ୍ୱ ଦେବା ସହ ନୂତନ ଜ୍ଞାନକୌଶଳ ପ୍ରୟୋଗ କରି ଚାଷ କାର୍ଯ୍ୟ କଲେ କୃଷି କ୍ଷେତ୍ରରେ ଅଗ୍ରଗତି ହୋଇପାରିବ।

ସୋଆରେ ଆରମ୍ଭ ହୋଇଥିବା ଏହି ଏଗ୍ରି କନ୍‌ଫ୍ଲୁଏନ୍ସ ଆଗାମୀ ବର୍ଷରେ କିଭଳି ଅଧିକ ଗୁରୁତ୍ୱ ବହନ କରିବ ସେ ନେଇ ଆଶା ବ୍ୟକ୍ତ କରିଥିଲେ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ।

ଏହି କାର୍ଯ୍ୟକ୍ରମରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ବିଜୟ କୁମାର ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଉପକୁଳପତି ପ୍ରଫେସର ପି.କେ. ନନ୍ଦ ବକ୍ତବ୍ୟ ରଖିଥିଲେ। ସେହିପରି କୋକନ୍‌ଭେନର୍ ପ୍ରଫେସର ସରୋଜ କୁମାର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ସମାବେଶର ଅନ୍ୟତମ ଆକର୍ଷଣ ଥିଲା କୃଷି ପ୍ରଦର୍ଶନୀ। ପ୍ରଦର୍ଶନୀରେ ୩୦ରୁ ଊର୍ଦ୍ଧ୍ୱ ବିଭିନ୍ନ କୃଷି ଭିତିକ ଅନୁଷ୍ଠାନ ଓ ଜାତୀୟ ସ୍ତରର ଗବେଷଣା ପ୍ରତିଷ୍ଠାନ ମାନେ ଯୋଗ ଦେଇ ସେମାନଙ୍କର ଆଧୁନିକ ଜ୍ଞାନକୌଶଳକୁ ପ୍ରଦର୍ଶିତ କରିଥିଲେ। ଏହି ପ୍ରଦର୍ଶନୀକୁ ମୁଖ୍ୟ ଅତିଥି ଶ୍ରୀ ତ୍ରିପାଠୀ ବୁଲି ଦେଖିବା ସହ ଛାତ୍ରଛାତ୍ରୀ, କୃଷକ ଏବଂ କୃଷି ଉଦ୍ୟୋଗୀମାନଙ୍କ କାର୍ଯ୍ୟକୁ ପ୍ରଶଂସା କରିଥିଲେ।

ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ବିଭିନ୍ନ ବିଶ୍ୱବିଦ୍ୟାଳୟର କୃତି ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ଶ୍ରୀ ତ୍ରିପାଠୀ ପୁରସ୍କୃତ କରିଥିଲେ। ଏହି ତିନି ଦିନ ବ୍ୟାପୀ ଆୟୋଜିତ ହୋଇଥିବା ସମାବେଶରେ ରାଜ୍ୟ ତଥା ଦେଶର ଶତାଧିକ ଅଗ୍ରଣୀ କୃଷକଙ୍କ ସମେତ ଜାତୀୟ ସ୍ତରରେ ସୁଖ୍ୟାତି ପାଇଥିବା ବିଶିଷ୍ଟ ବୈଜ୍ଞାନିକ, ପ୍ରଶାସକ ତଥା ସଫଳ କୃଷି ଉଦ୍ୟୋଗୀମାନେ ଯୋଗ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଆଇଏଏସ୍‌ର ଆଡିସ୍‌ନାଲ୍ ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ଲାଇଭଲିହୁଡ୍ ଅଲ୍ଟରନେଟିଭ୍ ମିଶନ୍‌ର ପରିଚାଳନା ନିର୍ଦ୍ଦେଶକ ସମ୍ବିତ ତ୍ରିପାଠୀ ଏବଂ
ଆଏଏସ୍‌ର ଓଏସ୍‌ଡି ତଥା ସୋଆର ଆଡିସ୍‌ନାଲ୍ ଡିନ୍ (ରିସର୍ଚ୍ଚ) ପ୍ରଫେସର ପ୍ରିୟବ୍ରତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ଅସିତ ତ୍ରିପାଠୀ କୃଷକ କୃଷି କ୍ଷେତ୍ର ଡବ୍ଲୁଓଡିସି ଅଧ୍ୟକ୍ଷ ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

March 10, 2026

ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର

March 10, 2026
Latest News

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଆତଙ୍କବାଦୀଙ୍କୁ ଗୁପ୍ତ ସୂଚନା ଯୋଗାଇବା ଅଭିଯୋଗ: ବହିଷ୍କୃତ ହେଲେ ଜମ୍ମୁ ଓ କାଶ୍ମୀର ସରକାର ତିନି କର୍ମଚାରୀ

March 10, 2026

ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.