Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅକ୍ଷୟ ତୃତୀୟା ଦିବସର କଣ ରହିଛି ମହତ୍ବ
ଆଜିର ଖବର

ଅକ୍ଷୟ ତୃତୀୟା ଦିବସର କଣ ରହିଛି ମହତ୍ବ

May 3, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଅକ୍ଷୟ ତୃତୀୟା ଦିବସର କଣ ରହିଛି ମହତ୍ବ

ବିଶ୍ବବିଜୟୀ ଦାଶ

ସବୁ ଅନୁକୂଳର ପର୍ବ ଅକ୍ଷୟ ତୃତୀୟା। ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ। କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି।କୃଷକ ଏହି ଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ।

ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ।ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ।ଏହାକୁ ଅକ୍ଷିମୁଠି କହନ୍ତି।

ସେହିପରି ଏହି ଦିନ ଓଡିଆଙ୍କ ଇଷ୍ଟଦେବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ୪୨ ଦିନ ବ୍ୟାପି ଚାଲିବାକୁ ଥିବା ଚନ୍ଦନ ଯାତ୍ରାର ଶୁଭାରମ୍ଭ ହୋଇଥାଏ।ପ୍ରଭୁଙ୍କୁ ପ୍ରଚଣ୍ଡ ଖରାରୁ ଉପଶମ ଦେବା ଲାଗି ନରେନ୍ଦ୍ର ପୁଷ୍କରିଣୀରେ ପୋଖରୀରେ ଚାପ ଖେଳନ୍ତି ମହାପ୍ରଭୁ। କୁହାଯାଏ ଆଜିର ଦିନରେ ସତ୍ୟଯୁଗର ଆରମ୍ଭ ହୋଇଥିଲା। ବେଦବ୍ୟାସ ଏବଂ ପ୍ରଭୁ ଶ୍ରୀ ଗଣେଶ ଆଜିର ଦିନରେ ମହାଭାରତ ଲେଖିବା ଆରମ୍ଭ କରିଥିଲେ। ନୂଆ ଗହଣା କିଣିବା, ନୂଆ କରି ବ୍ୟବସାୟ ଆରମ୍ଭ କରିବା ଆଦି ଏହି ଦିନରେ ଆରମ୍ଭ କରିବା ଦ୍ୱାରା ଏହା ଶୁଭ ହୋଇଥାଏ ବୋଲି ବିଶ୍ୱାସ ରହିଛି।ଏହା ସହ ଘରକୁ ସୁଖ – ସମୃଦ୍ଧି ଆସିଥାଏ।

ଏହି ତିଥିରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଏ। ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗହୋମର ଆଚାର୍ଯ୍ୟ ତଥା ଦେଉଳ ପୁରୋହିତ ରଥନିର୍ମାଣର ଶୁଭାରମ୍ଭ କରିଥାନ୍ତି। ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥାଏ। ଏହାକୁ ତିନିଜଣ ପୂଜାପଣ୍ଡା ଆଣିଥାନ୍ତି।

ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି। ରୂପକାର, କମାର, ଚିତ୍ରକର, ଭୋଇ, ଅମୀନସେବକମାନଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ । ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥନିର୍ମାଣ କରାଯାଏ । ଏଥିରେ ୧୧୩୯ ଖଣ୍ଡ କାଠଲାଗିଥାଏ। ସେହି କାଠଗୁଡିକ ହେଲା ଫାସି, ଅସନ, ଧଉରା, ଶିମିଳି, ପାଳଧୂଆ, ମହାନିମ୍ବ, ଗମ୍ଭାରୀ, ମଇ, କଦମ୍ବ, ଦେବଦାରୁ ଇତ୍ୟାଦି । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର କର୍ମଚାରୀ ରଥଖଳାରେ ଉପସ୍ଥିତ ରହି ଏହି କାର୍ଯ୍ୟ ସୁରୁଖୁରରେ ହେବାରେ ସାହାଯ୍ୟ କରିଥାନ୍ତି । ବାହାର ଚନ୍ଦନ ଯାତ୍ରାର ଶେଷଦିନ ରଥ ଅଖରେ ଚକ ଲାଗେ।

ଗମ୍ଭାରିମୁଣ୍ଡା,ବାଣପୁର,ଖୋର୍ଦ୍ଧା, ମୋବାଇଲ ନଂ- ୬୩୭୦୨୦୮୪୨୮

ଅକ୍ଷୟ ତୃତୀୟା ବିଶ୍ବବିଜୟୀ ଦାଶ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.