Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫାନି ପାଇଁ ଅଗ୍ରୀମ ସହାୟତା: ୪ ରାଜ୍ୟକୁ ୧୦୮୬ କୋଟି, ଓଡିଶାକୁ ୩୪୧କୋଟି
ଆଜିର ଖବର

ଫାନି ପାଇଁ ଅଗ୍ରୀମ ସହାୟତା: ୪ ରାଜ୍ୟକୁ ୧୦୮୬ କୋଟି, ଓଡିଶାକୁ ୩୪୧କୋଟି

April 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Fani cyclon schools remain close from may 2
Fani cyclon schools remain close from may 2

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଫାନି’ ସ୍ଥଳଭାଗ ଛୁଇଁବା ପରେ ଉଗ୍ରରୂପ ନେବାର ଆଶଙ୍କା ରହିଛି। ତେଣୁ ଏହାର ମୁକାବିଲା ପାଇଁ କେନ୍ଦ୍ର ସରକାର ୪ ରାଜ୍ୟକୁ ଅଗ୍ରିମ ସହାୟତା ଘୋଷଣା କରିଛନ୍ତି। ଏଥିରେ ଓଡିଶାକୁ ସର୍ବାଧିକ ୩୪୧ କୋଟିର ସହାୟତା ପ୍ରଦାନ କରାଯାଇଛି। ଆନ୍ଧ୍ରପ୍ରଦେଶ, ଓଡ଼ିଶା, ତାମିଲନାଡୁ ଏବଂ ପଶ୍ଚିମବଙ୍ଗ ସରକାରଙ୍କୁ ସମୁଦାୟ ୧୦୮୬ କୋଟି ଟଙ୍କା ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କମିଟି ନିଷ୍ପତ୍ତି ଆଧାରରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଏ ନେଇ ଜାତୀୟ ବିପତ୍ତି ପରିଚାଳନା କମିଟି(ଏନସିଏମସି) ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଟଙ୍କା ପ୍ରଦାନ କରିବାକୁ ନିର୍ଦେଶ ଦିଆଯାଇଛି। ଆନ୍ଧ୍ରପ୍ରଦେଶ ପାଇଁ ୨୦୦ କୋଟି ୨୫ ଲକ୍ଷ ଟଙ୍କା ଘୋଷଣା କରାଯାଇଥିବାବେଳେ ଓଡ଼ିଶାକୁ ୩୪୦ କୋଟି ୮୭ ଲକ୍ଷ, ତାମିଲନାଡୁକୁ ୩୦୯ କୋଟି ୩୭ ଲକ୍ଷ ଏବଂ ପଶ୍ଚିମବଙ୍ଗକୁ ୨୩୫ କୋଟି ୫୦ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ନିର୍ଦେଶ ଦିଆଯାଇଛି। ବାତ୍ୟାର ମୁକାବିଲା ପାଇଁ ସତର୍କତାମୂଳକ ପଦକ୍ଷେପ ନେବା ସହ ଲୋକମାନଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେବାରେ ଏହି ଅର୍ଥ ଖର୍ଚ୍ଚ କରିବାକୁ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026
Latest News

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 21, 2026

କୃଷି କ୍ଷେତ୍ରର ସମୀକ୍ଷା: ଫସଲ କ୍ଷତି ଓ ବୀମା ଦାବି ଉପରେ ଶିବରାଜ ସିଂହ ଚୌହାନଙ୍କ ଗୁରୁତ୍ୱ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.