ଭୁବନେଶ୍ବର: ଆଜି ରାଜ୍ୟରେ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୧
ବଲାଙ୍ଗୀରି ଜିଲ୍ଲାରୁ- ୧
କେନ୍ଦୁଝର ଜିଲ୍ଲାରୁ- ୧
ଖୋର୍ଦ୍ଧା ଜିଲ୍ଲାରୁ- ୭
ନୂଆପଡା ଜିଲ୍ଲାରୁ- ୩
ସମ୍ବଲପୁର ଜିଲ୍ଲାରୁ- ୨
ସୋନପୁର ଜିଲ୍ଲାରୁ- ୧
ଷ୍ଟେଟ ପୁଲରୁ- ୧
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୧୦୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୮୨୫ ଏବଂ ବର୍ତ୍ତମାନ ୯୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।