ରାଜ୍ୟରେ ଆଜି ୧୮ ଆକ୍ରାନ୍ତ ଚିହ୍ନଟ, ୧୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

Published: May 5, 2022, 12:45 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୭

ନୂଆପଡା ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୨

ସୋନପୁର ଜିଲ୍ଲାରୁ- ୧

ଷ୍ଟେଟ ପୁଲରୁ- ୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୧୦୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୮୨୫ ଏବଂ ବର୍ତ୍ତମାନ ୯୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts