
ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତାକାଲି ଅବପାତର ରୂପ ନେଇପାରେ। ଆସନ୍ତା ୮ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଗଭୀର ଅବପାତ ରୂପ ନେଇପାରେ। ଏହା ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆଡକୁ ଗତି କରିବା ସମ୍ଭାବନା। ୧୦ ତାରିଖ ସୁଦ୍ଧା ଏହା ଓଡିଶା-ଆନ୍ଧ୍ର ଉପକୂଳର ସ୍ଥଳଭାଗ ଛୁଇଁପାରେ ବୋଲି ଅନୁମାନ କରାଯାଉଛି। ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।