Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ହେଲା ୱେଲ୍ ମାର୍କ, ଆଜି ଜଣାପଡିବ ବାତ୍ୟା ସ୍ଥିତି
ଆଜିର ଖବର

ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ହେଲା ୱେଲ୍ ମାର୍କ, ଆଜି ଜଣାପଡିବ ବାତ୍ୟା ସ୍ଥିତି

May 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଆଜି ସକାଳ ସମୟରେ ୱେଲ୍ ମାର୍କ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ବର୍ତ୍ତମାନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସକ୍ରିୟ ରହିଛି। ଏହା ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତୀ ୧୨ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ଅବପାତର ରୂପ ନେବାର ସମ୍ଭାବନା ରହିଛି।

୧୦ତାରିଖ ବେଳକୁ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ପହଞ୍ଚିବ । ସେଥିପାଇଁ ପ୍ରବଳ ବର୍ଷା ନେଇ ଗଂଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦ୍ରୀୟ ବଙ୍ଗୋପସାଗରରେ ୯ ତାରିଖରେ ଘଣ୍ଟା ପ୍ରତି ୬୫ରୁ ୭୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ୧୦ ତାରିଖ ବେଳକୁ ପବନର ବେଗ ବଢ଼ି ୭୦ରୁ ୮୦ କିମି ଓ ଝଟକା ପବନ ଘଣ୍ଟାକୁ ୯୦କିମି ରହିବ ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ଗଭୀର ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି । ବାତ୍ୟା ଏତେଟା ଶକ୍ତିଶାଳୀ ହେବନାହିଁ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ଯଦି ଓଡିଶା ଉପକୂଳ ଦେଇ ଏହା ଗତି କରେ କିମ୍ବା ଓଡିଶାରେ ଲ୍ୟାଣ୍ଡଫଲ୍ କରେ, ସେତେବେଳେ ଏହା ଦୁର୍ବଳ ହୋଇଯାଇଥିବ । ତେବେ ଏହା ବାତ୍ୟାରେ ପରିଣତ ହେବ କି ନାହିଁ ଆଜି ସଂଧ୍ୟାରେ ସ୍ପଷ୍ଟ ହେବ ବୋଲି ଜଣାପଡୁଛି।

ପାଣିପାଗ ବାତ୍ୟା ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Latest News

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.