Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଆଇବି ଓ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ ପକ୍ଷରୁ ଯୋଗ ଶିବିର ଆୟୋଜିତ
ଆଜିର ଖବର

ପିଆଇବି ଓ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ ପକ୍ଷରୁ ଯୋଗ ଶିବିର ଆୟୋଜିତ

May 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପିଆଇବି ଓ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ ପକ୍ଷରୁ ଯୋଗ ଶିବିର ଆୟୋଜିତ

ଭୁବନେଶ୍ବର : ଅନ୍ତର୍ଜାତୀୟ ଯୋଗ ଦିବସ -୨୦୨୨କୁ ଆଉ ୩୯ ଦିନ ବାକି ରହିଛି । ଏଥିପୂର୍ବରୁ ୭୫ଦିନିଆ ଅବଗଣନାର ଅଂଶବିଶେଷ ସ୍ବରୂପ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ବର ପକ୍ଷରୁ ଶୁକ୍ରବାର ଦିନ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପିଆଇବି ଏବଂ କେନ୍ଦ୍ର ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ (ସିବିଏଫସି) ପକ୍ଷରୁ ମିଳିତ ଭାବେ ଯୋଗ ଶିବିର ଆୟୋଜନ କରାଯାଇଥିଲା।

ଭୁବନେଶ୍ବରସ୍ଥିତ ଗୁରୁ କେଳୁଚରଣ ପାର୍କ ଠାରେ ଆୟୋଜିତ ଏହି ଯୋଗ ଶିବିରରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ, କର୍ମଚାରୀଙ୍କ ସମେତ ସେମାନଙ୍କ ପରିବାରବର୍ଗ ଅଂଶଗ୍ରହଣ କରି ଯୋଗ ଅଭ୍ୟାସ କରିଥିଲେ। ଅବସରପ୍ରାପ୍ତ ଭାରତୀୟ ସୂଚନା ସେବା ଅଧିକାରୀ ସୁଧାଂଶୁ ଶେଖର ଧଡ଼ା ଅଂଶଗ୍ରହଣକାରୀ ମାନଙ୍କୁ ଯୋଗ ଅଭ୍ୟାସ କରାଇଥିଲେ । ପତ୍ର ସୂଚନା କାର୍ଯ୍ୟଳୟର ଉପନିର୍ଦ୍ଦେଶକ ଓ ସିବିଏଫସି କଟକର ମୁଖ୍ୟ ଡ. ଗିରିଶ ଚନ୍ଦ୍ର ଦାଶ, ଗଣ ଯୋଗାଯୋଗ ଅଧିକାରୀ ପ୍ରଦୀପ ଚୌଧୁରୀଙ୍କ ସମେତ ଅନ୍ୟ ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ଶିବିରରେ ଉପସ୍ଥିତ ଥିଲେ।

ଏହି ଅବସରରେ ଯୋଗର ଉପକାରିତା ସମ୍ପର୍କରେ ସାଧାରଣ ଜନତାଙ୍କୁ ସଚେତନ କରାଯାଇଥିଲା। ସୂଚନା ଯୋଗ୍ୟ ଯେ ଆସନ୍ତା ଜୁନ୍ ୨୧ ତାରିଖରେ ଅନ୍ତର୍ଜାତୀୟ ଯୋଗ ଦିବସ ଆୟୋଜିତ ହେବ। ଚଳିତ ବର୍ଷ ସ୍ବାଧୀନତାର ୭୫ତମ ବର୍ଷ ତଥା ଆଜାଦୀ କା ଅମୃତ ମହୋତ୍ସବ ଆୟୋଜନ କରାଯାଉଥିବାରୁ ଯୋଗ ଦିବସ ପାଇଁ ୭୫ ଦିନ ପୂର୍ବରୁ ଅବଗଣନା ଆରମ୍ଭ ହୋଇଛି। ଏଥିପାଇଁ ବିଶ୍ବବ୍ୟାପୀ ବିଭିନ୍ନ ସ୍ଥାନରେ ଯୋଗ ଶିବିର ସମେତ ଯୋଗର ପ୍ରଚାରପ୍ରସାର ପାଇଁ କାର‌୍ୟ୍ୟକ୍ରମମାନ ଆୟୋଜନ କରାଯାଉଛି।

ଅନ୍ତର୍ଜାତୀୟ ଯୋଗ ଦିବସ ପିଆଇବି
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.