Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶର ସର୍ବଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସୋଆକୁ ସିଏସ୍‌ଆର ମାନ୍ୟତା
ଆଜିର ଖବର

ଦେଶର ସର୍ବଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସୋଆକୁ ସିଏସ୍‌ଆର ମାନ୍ୟତା

May 16, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଉଲ୍ଳେଖନୀୟ ଅବଦାନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଂଜନ ନାୟକଙ୍କୁ କମ୍ପିଟିସନ୍ ସକ୍‌ସେସ ରିଭ୍ୟୁ (ସିଏସ୍‌ଆର) ପତ୍ରିକା ପକ୍ଷରୁ ଚଳିତ ବର୍ଷ ଦେଶର ଅଗ୍ରଣୀ ଶିକ୍ଷାନୁଷ୍ଠାନର ପ୍ରତିଷ୍ଠାତା ସମ୍ମାନ ପ୍ରଦାନ କରାଯାଇଛି। ସେହିପରି ଚଳିତ ବର୍ଷ ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଓ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ସୋଆକୁ ସିଏସ୍‌ଆର ପକ୍ଷରୁ ସମ୍ମାନିତ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ଏବଂ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଦେଶର ଶ୍ରେଷ୍ଠ ଇଞ୍ଜିନିୟରିଂ ଓ ହୋଟେଲ ମ୍ୟାନେଜମେଂଟ ଶିକ୍ଷାନୁଷ୍ଠାନ ଭାବେ ଯୋଗ୍ୟ ବିବେଚିତ ହୋଇଛି।

ସିଏସ୍‌ଆରର ପତ୍ରିକାର ୬୦ବର୍ଷ ପୁର୍ତି ଅବସରରେ ରାଜଧାନୀ ଦିଲ୍ଲୀର ଏକ ତାରକା ହୋଟେଲରେ ରବିବାର ସନ୍ଧ୍ୟାରେ ଆୟୋଜିତ ହୋଇଥିବା ସମାରୋହରେ ସୋଆର ଅଫିସର ଅନ୍ ସ୍ପେସିଆଲ ଡିୟୁଟି (ଓଏସ୍‌ଡି) ପ୍ରୀତମ ନାୟକ ଏହି ପୁରସ୍କାର ଓ ସାର୍ଟିଫିକେଟ୍ ଗ୍ରହଣ କରିଥିଲେ।

ସିଏସ୍‌ଆର ପତ୍ରିକାର ସଂସ୍ଥାପକ ଏସ୍‌. କେ. ସଚଦେବା ସୋଆକୁ ଦେଶର ଆଗାଧାଡିର ଶିକ୍ଷାନୁଷ୍ଠାନ ଭାବେ ପରିଣତ କରିବା ପାଇଁ ପ୍ରଫେସର ନାୟକ ଯେଉଁ କଠୋର ପରିଶ୍ରମ ଓ ପ୍ରୟାସ କରିଛନ୍ତି ତାହାର ଭୂୟସୀ ପ୍ରଶଂସା କରିଥିଲେ।

ଶ୍ରୀ ସଚଦେବା ତାଙ୍କ ଭାଷଣରେ କଂପିଟିସନ୍ ସକ୍‌ସେସ ରିଭ୍ୟୁ କିଭଳି ଏକ ସାଧାରଣ  ପତ୍ରିକା ଭାବେରୁ ଆରମ୍ଭ ହୋଇ ଗତ ୬୦ ବର୍ଷ ମଧ୍ୟରେ ଦେଶ ବିଦେଶରେ ପ୍ରତିଷ୍ଠା ହାସଲ କରିପାରିଛି ତାହା ଉଲ୍ଳେଖ କରିଥିଲେ। ବିଶେଷ ଭାବେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସେମାନଙ୍କ ଚାକିରୀ ପାଇବାରେ ଏହି ପତ୍ରିକା ଏକ ଅଗ୍ରଣୀ ଭୂମିକା ଗ୍ରହଣ କରିଛି ବୋଲି ସେ ଦର୍ଶାଇଥିଲେ।

ଶ୍ରୀ ସଚଦେବା ମଧ୍ୟ ଉଲ୍ଳେଖ କରିଥିଲେ ଯେ କୌଣସି ସଂସ୍ଥାକୁ ସଫଳତା ହାସଲ କରିବାକୁ ହେଲେ କଠୋର ପରିଶ୍ରମ, ତ୍ୟାଗ ଓ ପ୍ରତିଭା ଉପରେ ବିଶେଷ ଗୁରୁତ୍ୱ ଦେବାକୁ ପଡିଥାଏ। ଦେଶର ଭବିଷ୍ୟତକୁ ଗଠନ କରିବାରେ ସୋଆ ଭଳି ଶିକ୍ଷାନୁଷ୍ଠାନଗୁଡ଼ିକ ଏଭଳି ଦାୟିତ୍ୱ ନିଭାଉଛନ୍ତି ବୋଲି ସେ କହିଥିଲେ।

ବିଶ୍ୱବିଦ୍ୟାଳୟ ଶିକ୍ଷା ଓ ଅନୁସନ୍ଧାନ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026
Latest News

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.