ଗତକାଲି ତୁଳନାରେ ୨୮ ପ୍ରତିଶତ କମିଲା ସଂକ୍ରମଣ: ଆଜି ୧୫୬୯ ଆକ୍ରାନ୍ତ ଚିହ୍ନଟ

Published: May 17, 2022, 10:29 am IST

ନୂଆଦିଲ୍ଲୀ: ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୧ ହଜାର ୫୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ପରେ ବର୍ତ୍ତମାନ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୩୧ ଲକ୍ଷ ୨୪ ହଜାର ୮୭୯ କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି, ଏହା ପରେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୪ ହଜାର ୨୬୦ କୁ ବୃଦ୍ଧି ପାଇଛି। ସେହିପରି ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ମୋଟ ୪,୨୫,୮୪,୭୧୦ ଲୋକ ସଂକ୍ରମଣମୁକ୍ତ ହୋଇଛନ୍ତି।

Related posts