ଚିର ନିଦ୍ରାରେ ଅଲ ଇଣ୍ଡିଆ ଫରୱାର୍ଡ଼ ବ୍ଲକର ପୂର୍ବତନ ରାଜ୍ୟ ସାଧାରଣ ସମ୍ପାଦକ ଶରତ ମାନସିଂହ

Published: May 17, 2022, 12:10 pm IST

ଭୁବନେଶ୍ବର: ଚିର ନିଦ୍ରାରେ ଅଲ ଇଣ୍ଡିଆ ଫରୱାର୍ଡ଼ ବ୍ଲକର ପୂର୍ବତନ ରାଜ୍ୟ ସାଧାରଣ ସମ୍ପାଦକ ତଥା କେନ୍ଦ୍ରୀୟ କମିଟି ସଭ୍ୟ ସାଥୀ ଶରତ ମାନସିଂହ। ଆଜି ସକାଳେ ତାଙ୍କ ବାଣପୁରସ୍ଥିତ ବାସଭବନରେ ହଠାତ ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସକୁ ଅଣାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି।

ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜଣେ ଦୃଢ ଅନୁଗାମୀ ଥିଲେ। ସେ ପ୍ରାୟ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ଵ ସମୟଧରି ନେତାଜୀଙ୍କ ପାର୍ଟି ଫରୱାର୍ଡ଼ ବ୍ଲକର ରାଜ୍ୟ ସାଧାରଣ ସମ୍ପାଦକ ଭାବରେ କାର୍ଯ୍ୟ କରିଥିଲେ।

ତାଙ୍କ ବିୟୋଗରେ ଫରୱାର୍ଡ଼ ବ୍ଲକ ରାଜ୍ୟ କମିଟି ପକ୍ଷରୁ ଗଭୀର ଶୋକ ବ୍ୟକ୍ତ କରାଯିବା ସହ ପାର୍ଟି ପତାକାକୁ ଅର୍ଦ୍ଧନିମିତ୍ତ କରାଯାଇଛି।

Related posts