Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫାନି ପ୍ରଭାବରେ ମେ 2 ରୁ ସରକାରୀ ଶିକ୍ଷାନୁଷ୍ଠାନ ଛୁଟି : ଏନ୍‌ଡିଆର୍‌ଏଫ୍‌ ଟିମ୍‌ ସଜାଗ
ଆଜିର ଖବର

ଫାନି ପ୍ରଭାବରେ ମେ 2 ରୁ ସରକାରୀ ଶିକ୍ଷାନୁଷ୍ଠାନ ଛୁଟି : ଏନ୍‌ଡିଆର୍‌ଏଫ୍‌ ଟିମ୍‌ ସଜାଗ

May 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Fani cyclon schools remain close from may 2
Fani cyclon schools remain close from may 2

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଫାନି’ ଭୟଙ୍କର ରୂପ ନେଇ ଓଡ଼ିଶା ଆଡକୁ ମାଡ଼ି ଆସୁଛି । ଏହାକୁ ଦୃଷ୍ଟିରେ ରଖି 2 ତାରିଖରୁ ସମସ୍ତ ସରକାରୀ ଅନୁଷ୍ଠାନଗୁଡ଼ିକରେ ଛୁଟି ଘୋଷଣା କରାଯାଇଛି । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଛୁଟି ଜାରି ରହିବ ବୋଲି ସ୍ବତନ୍ତ୍ର ରିଲିଫ କମିଶନର ପ୍ରକାଶ କରିଛନ୍ତି । ସେହିପରି ଏନ୍‌ଡିଆର୍‌ଏଫ୍‌ର 5ଟି ଟିମ୍‌ ସଜାଗ ରହିଛନ୍ତି । ଜଗତସିଂହପୁର ପାଇଁ 3ଟି ଟିମ୍‌ ଏବଂ ଭଦ୍ରକ ପାଇଁ 2ଟି ଟିମ୍‌ ଯାଇଥିବା ସୂଚନା ମିଳିଛି । ବାତ୍ୟା ପ୍ରଭାବିତ ହେବାକୁ ଥିବା 11ଟି ଜିଲ୍ଲାରୁ ଆଦର୍ଶ ଆଚରଣ ବିଧି ମଧ୍ୟ ଉଠାଇ ଦିଆଯାଇଛି । ସେହିପରି ୨ ତାରିଖ ସୁଦ୍ଧା ପୁରୀ ଛାଡ଼ି ଚାଲିଯିବାକୁ ପର୍ଯ୍ୟଟକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଝଡ଼ତୋଫାନ ଓ ବର୍ଷାକୁ ଦୃଷ୍ଟିରେ ରଖି 3 ଓ 4 ତାରିଖରେ ସାଧାରଣ ପରିବହନ ବ୍ୟବସ୍ଥା ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି । ମେ 1 ସନ୍ଧ୍ୟାରୁ ଓଡ଼ିଶାର ଖୋର୍ଦ୍ଧା, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ପୁରୀ ଜିଲାରେ ‘ଫାନି’ ପ୍ରଭାବ ଅନୁଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । 3 ତାରିଖ ଦିନ ପୁରୀରେ କୃଷ୍ଣପ୍ରସାଦ ବ୍ଲକର ଉଦୟଗିରି ନିକଟରେ ଏହା ସ୍ଥଳଭାଗ ଛୁଇଁବ ବୋଲି କୁହାଯାଉଛି । ସ୍ଥଳ ଭାଗ ଛୁଇଁବା ସମୟରେ ଏହାର ଘଣ୍ଟା ପ୍ରତି ବେଗ ପ୍ରାୟ 175 ରୁ 185 କିଲୋମିଟର ଭିତରେ ରହିବ ବୋଲି ସତର୍କ ସୂଚନା ଜାରି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026
Latest News

ଆଜିଠୁ ମହିଳା ଟି-୨୦ ବିଶ୍ୱକପ୍: ଅଧୁରା ସ୍ୱପ୍ନ ପୂରଣ କରିପାରିବ କି ଟିମ୍ ଇଣ୍ଡିଆ?

June 12, 2026

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ନିର୍ଦ୍ବନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେବାପରେ ବିଜେପି ତରଫରୁ ଦେବାଶିଷଙ୍କୁ ସ୍ବାଗତ

June 12, 2026

ଡିଜେଲ୍, ପେଟ୍ରୋଲ୍ ନା ଇଭି ? 2026ରେ କେଉଁ କାର୍ ଆପଣଙ୍କ ପାଇଁ ସବୁଠାରୁ ଲାଭଦାୟକ?

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.