କେସିଙ୍ଗାଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

Published: May 23, 2022, 7:28 pm IST

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଆଜି ସ୍ଥାନୀୟ କେସିଙ୍ଗା ବ୍ଲକ ସ୍ଥିତ ବିଡିଓଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ ଗାଭାଲି ପରାଗ ହର୍ଷଦ୍ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପି ଡି, ଡି ଆର୍ ଡି ଏ, କଳାହାଣ୍ଡି ସୋମେଶ ଉପାଧ୍ୟାୟ, ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି, ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ କେସିଙ୍ଗା ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ୍ ୩୨୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୧୩ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୧୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩୩ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ କେସିଙ୍ଗା ର ଶ୍ରୀ ଗଣେଶ ସିକ୍କା, ବେଲଖଣ୍ଡିରୁ ଗୁଣନିଧି ସାହୁ ଏବଂ ଜଗତ ଭୋଇ ଙ୍କୁ ଚିକିତ୍ସା ସହାୟତା ବାବଦକୁ ପ୍ରତ୍ୟେକ ଟ ୫୦୦୦/- ଅନୁମୋଦନ କରାଯାଇଥିଲା।

ଜନଶୁଣାଣୀ ଶିବିର ପୂର୍ବରୁ ଜିଲ୍ଲାପାଳ ଡ଼ ଗାଭାଲି ସାମାଜିକ ଗଣମାଧ୍ୟମ, ମେଲ୍ ଓ ପତ୍ର ମାଧ୍ୟମରେ ଆସିଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପୋର୍ଟାଲ,ଜନଶୁଣାଣୀ ପୋର୍ଟାଲ ତଥା ଜିଲ୍ଲାପାଳଙ୍କ ଅଫିସ୍ କୁ ଆସିଥିବା ଆବେଦନ ର ଅଭିଯୋଗ ଓ ସମସ୍ୟା ସଂଯୁକ୍ତ ଜିଲ୍ଲାର ବିଭାଗୀୟ ଅଧିକାରୀ ଠାରେ ପ୍ରାପ୍ତ ହୋଇଥିବା ଅଭିଯୋଗ ର ସମୀକ୍ଷା କରି ଏହାର ଅଗ୍ରଗତି ଓ ସମାଧାନ ଶୀଘ୍ର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୋଗ ମୁଖ୍ୟତଃ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପେନସନ,ରାସନ୍ କାର୍ଡ, ଭତ୍ତା,ପାନୀୟ ଜଳ, ରାସ୍ତା, ଶିକ୍ଷକ ପଦବୀ ପୂରଣ, ଉଠାଜଳ ସେଚନ ଉପରେ ଥିଲା।

Related posts