Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା: ସଡକ ଦୁର୍ଘଟଣାରେ ଆଖି ବୁଜିଲେ ସାମ୍ବାଦିକ ତଥା ଆଇନଜୀବୀ ବିକାଶ ନାୟକ
ଆଜିର ଖବର

ଚିଲିକା: ସଡକ ଦୁର୍ଘଟଣାରେ ଆଖି ବୁଜିଲେ ସାମ୍ବାଦିକ ତଥା ଆଇନଜୀବୀ ବିକାଶ ନାୟକ

May 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ଆଙ୍କୁଲା ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ସାମ୍ବାଦିକ ତଥା ଆଇନଜୀବୀଙ୍କ ପ୍ରାଣହାନୀ ଘଟିଛି।

ସୂଚନା ଅନୁଯାୟୀ, ବାଲୁଗାଁ ଅଂଚଳର ଆଇନଜୀବୀ ତଥା ସାମ୍ବାଦିକ ବିକାଶ ନାୟକ ଆଜି କୋଣସି ଏକ କାମ ପାଇଁ ନିଜ ବାଇକ ଯୋଗେ ବାଲୁଗାଁରୁ ଟାଙ୍ଗୀ ଅଭିମୁଖେ ଯାଉଥିଲେ। ସେତେବେଳେ ପୁରୁଣା ଜାତୀୟ ରାଜପଥର ଆଙ୍କୁଲା ଛକ ନିକଟରେ ଏକ ଚିଙ୍ଗୁଡ଼ି ବୋଝେଇ କଣ୍ଟେନରଟି ଆସି ବିକାଶଙ୍କ ଉପରେ ଚଢିଯାଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।

ଖବର ପାଇ ଘଟଣା ସ୍ଥଳରେ ବାଲୁଗାଁ ପୋଲିସ ପହଁଚି ଶବକୁ ଜବତ କରିବା ସହ ଦୁର୍ଘଟଣା ଘଟାଇଥିବା କଣ୍ଟେନର କୁ ଜବତ କରି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ଉକ୍ତ ଖବର ଦ୍ୱାରା ବାଲୁଗାଁ, ବାଣପୁର, ନାଚୁଣି ଓ ଟାଙ୍ଗି ଅଞ୍ଚଳର ସାମ୍ବାଦିକ ଓ ଆଇନଜୀବୀଙ୍କ ମହଲରେ ଶୋକର ଛାୟା ଖେଳିଯାଇଛି।

ଆଇନଜୀବୀ ଚିଲିକା ସଡକ ଦୁର୍ଘଟଣା ସାମ୍ବାଦିକ
Share. Facebook Twitter LinkedIn Email WhatsApp Copy Link

Related Posts

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026
Latest News

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026

୧୬ ରେ ପୁଣି କକ୍‌ରୋଚ୍ ଜନତା ପାର୍ଟିର ବିକ୍ଷୋଭ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.