Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରକ୍ତ କର୍କଟ ରୋଗରୁ ସୁସ୍ଥ ହେଉଛନ୍ତି ୮୦ ପ୍ରତିଶତ ଶିଶୁ: ବିଶେଷଜ୍ଞ 
ଆଜିର ଖବର

ରକ୍ତ କର୍କଟ ରୋଗରୁ ସୁସ୍ଥ ହେଉଛନ୍ତି ୮୦ ପ୍ରତିଶତ ଶିଶୁ: ବିଶେଷଜ୍ଞ 

May 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରକ୍ତ କର୍କଟ ଭଳି ଜଟିଳ ରୋଗରୁ ସୁସ୍ଥ ହେଉଛନ୍ତି ଶିଶୁ। ଭାରତରେ ପ୍ରାୟ ୮୦ ପ୍ରତିଶତ ଶିଶୁ ଏଭଳି ମାରାତ୍ମକ ରୋଗରୁ ଆରୋଗ୍ୟ ଲାଭ କରୁଛନ୍ତି ବୋଲି ମତ ପ୍ରକାଶ କରିଛନ୍ତି ବିଶେଷଜ୍ଞ।

ସୋଆ ପରିଚାଳିତ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ (ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲ) ପକ୍ଷରୁ ବିଶ୍ୱ ରକ୍ତ କର୍କଟ ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି ମାରାତ୍ମକ ରୋଗରୁ ଆରୋଗ୍ୟ ଲାଭ କରିବା ନିମେନ୍ତ ଧୈର୍ଯ୍ୟ, ସଚେତନତା ଓ ଆଗୁଆ ରୋଗର ଚିହ୍ନଟ ଏବଂ ଚିକିତ୍ସା ଉପରେ ଗୁରୁତ୍ୱ ଦେଇଛନ୍ତି ଡାକ୍ତର।

ଗତ ୫ ବର୍ଷ ମଧ୍ୟରେ ସମ୍ ହସ୍ପିଟାଲରେ ୩୫୦ ଜଣ ଶିଶୁ ରକ୍ତ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୪୦ ଜଣ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ଏବଂ ୭୦ ଜଣଙ୍କର ଚିକିତ୍ସା ଚାଲିଛି ବୋଲି କହିଛନ୍ତି ପେଡିଆଟ୍ରିକ୍ ଅଙ୍କୋଲୋଜି ବିଭାଗର ଇନଚାର୍ଜ ପ୍ରଫେସର ସରୋଜ ପଣ୍ଡା।

ଭାରତରେ ବର୍ଷକୁ ପ୍ରାୟ ୬୦୦୦୦ ଶିଶୁ କର୍କଟ ରୋଗରେ ଆକ୍ରାନ୍ତ ହେଉଥିବାବେଳେ ୨୦ ରୁ ୨୫ ହଜାର ରକ୍ତ କର୍କଟ ରୋଗରେ ଆକ୍ରାନ୍ତ ହେଉଛନ୍ତି। ତେବେ ଏମାନଙ୍କ ମଧ୍ୟରୁ ୮୦ ପ୍ରତିଶତ ଶିଶୁ ସୁସ୍ଥ ହେଉଛନ୍ତି ବୋଲି କହିଛନ୍ତି ପ୍ରଫେସର ପଣ୍ଡା।

ଏହି କାର୍ଯ୍ୟକ୍ରମରେ ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲର ଡିନ୍ ପ୍ରଫେସର ଗଙ୍ଗାଧର ସାହୁ, ମେଡିକାଲ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଶିଶୁରୋଗ ବିଭାଗର ମୁଖ୍ୟ ପ୍ରଫେସର ମମତାଦେବୀ ମହାନ୍ତି, ମେଡିକାଲ ଅଙ୍କୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ସୌମ୍ୟସୁରଥ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ କୁନି କୁନି ପିଲାମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

ଶିଶୁ
Share. Facebook Twitter LinkedIn Email WhatsApp Copy Link

Related Posts

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026
Latest News

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026

ବାଧାମୁକ୍ତ ଜାହାଜ ଚଳାଚଳ ଉପରେ ଗୁରୁତ୍ୱ ଦେଲେ ପ୍ରଧାନମନ୍ତ୍ରୀ

March 24, 2026

ଇରାନ ଯୁଦ୍ଧ କେବେ ଶେଷ ହେବ?: ଦିନ ଧାର୍ଯ୍ୟ କଲା ଆମେରିକା, ମଧ୍ୟସ୍ଥତା କରିବ ପାକିସ୍ତାନ

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.