Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ପିସିସି ସଭାପତିଙ୍କ ସହଧର୍ମିଣୀ ମମତା ମଞ୍ଜରୀ ଜେନାଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକ ପାଳିତ
ଆଜିର ଖବର

ପୂର୍ବତନ ପିସିସି ସଭାପତିଙ୍କ ସହଧର୍ମିଣୀ ମମତା ମଞ୍ଜରୀ ଜେନାଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକ ପାଳିତ

May 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତନ ପିସିସି ସଭାପତିଙ୍କ ସହଧର୍ମିଣୀ ମମତା ମଞ୍ଜରୀ ଜେନାଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକ ପାଳିତ

ଭୁବନେଶ୍ୱର : ପୂର୍ବତନ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଜୟଦେବ ଜେନାଙ୍କ ସହଧର୍ମିଣୀ ସ୍ୱର୍ଗତା ଶ୍ରୀମତୀ ମମତା ମଞ୍ଜରୀ ଜେନାଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ସଦନଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ଶ୍ରୀମତୀ ଜେନାଙ୍କ ଏକ ସ୍ମୃତିସଭା ଆୟୋଜିତ ହେବା ସହ ଏକ ସ୍ମରଣିକା ମଧ୍ୟ ଉନ୍ମୋଚନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପୂର୍ବତନ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ପ୍ରସାଦ ହରିଚନ୍ଦନ କହିଥିଲେ ଯେ, ଜଣେ ଶିକ୍ଷକରୁ ବିଧାୟକ, ମନ୍ତ୍ରୀ, ପ୍ରଦେଶ କଂଗ୍ରେସ ସଭାପତି ଏବଂ ଅଖିଳ ଭାରତ କଂଗ୍ରେସ କମିଟିର ସମ୍ପାଦକ ହେବା ପର୍ଯ୍ୟନ୍ତ ଶ୍ରୀ ଜେନା ଯେଉଁ ସଫଳ ଯାତ୍ରା କରିଛନ୍ତି ସେହି ସଫଳତା ପଛରେ ମମତା ମଞ୍ଜରୀ ଜେନାଙ୍କ ଅମୂଲ୍ୟ ଏବଂ ଦିବ୍ୟ ପ୍ରେରଣା ରହିଥିଲା। ପୂଜାର୍ଚ୍ଚନା, ଅତିଥି ଚର୍ଚ୍ଚା, ବୃକ୍ଷରୋପଣ, ଦୁଃଖିରଙ୍କିଙ୍କୁ ସାହାଯ୍ୟ, ପରିପାରର ଦାୟିତ୍ୱକୁ ସଠିକ୍ ନିର୍ବାହ ଥିଲା ତାଙ୍କ ସୁଗୁଣର ବୈଶିଷ୍ଟ୍ୟ।

ଶ୍ରୀ ଜେନାଙ୍କ ପରିବାରରେ ମମତାଙ୍କ ଉପସ୍ଥିତି ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ ଅନୁପସ୍ଥିତିର ଏକ ଭାବପୂର୍ଣ୍ଣ ଫରକ ସେ ଅବତାରଣା କରିଥିଲେ। ପ୍ରତିବର୍ଷ ୧୦ ହଜାର ଗୌରଭକ୍ତଙ୍କୁ ନେଇ ଶଙ୍ଖଣାରେ ଯେଉଁ ଅଷ୍ଟପ୍ରହରୀ ହେଉଥିଲା ତାହାକୁ ଶ୍ରମତୀ ଜେନା ପରିଚାଳନା କରୁଥିଲେ।

ପ୍ରଦେଶ କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ଶ୍ରୀ ଚିରଞ୍ଜିବୀ ବିଶ୍ୱାଳ ଯୋଗଦେଇ କହିଥିଲେ ଯେ, ଜେନା ପରିବାରଙ୍କର ଜଣେ ଘନିଷ୍ଠ ବନ୍ଧୁ ଭାବରେ ସେ ମମତା ମଞ୍ଜରୀଙ୍କର ସ୍ନେହଭାଜନ ହୋଇଥିଲେ। ଜୟଦେବ ବାବୁଙ୍କ ପରିବାର ସହ ତାଙ୍କର ୪୦ବର୍ଷର ସମ୍ପର୍କର ସ୍ମୃତିକୁ ରୋମନ୍ଥନ କରି ସେ କହିଥିଲେ, ‘ମମତା’ ହିଁ ଜୟଦେବ ବାବୁଙ୍କ ଜୀବନ ବିକାଶର ପ୍ରେରଣାଦାୟିନୀ ଓ ପ୍ରଚ୍ଛଦପଟର ମଣିଷ ।

ଜୟଦେବ ଜେନା ପ୍ରସାଦ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026

ମାଲଦା ମେଡିକାଲ କଲେଜରେ ଗୋଟିଏ ଦିନରେ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ

August 27, 2026

ଆମେରିକାରେ ମୋହନ ଭାଗବତଙ୍କ କାର୍ଯ୍ୟକ୍ରମ ପୂର୍ବରୁ କାର୍ଯ୍ୟାନୁଷ୍ଠାନ: X ଆକାଉଣ୍ଟ ସସପେଣ୍ଡ

August 27, 2026

ଡବ୍ଲୁଟିସିରେ ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଜାଣନ୍ତୁ ବର୍ତ୍ତମାନ ସ୍ଥିତି

August 27, 2026
Latest News

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026

ମାଲଦା ମେଡିକାଲ କଲେଜରେ ଗୋଟିଏ ଦିନରେ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ

August 27, 2026

ଆମେରିକାରେ ମୋହନ ଭାଗବତଙ୍କ କାର୍ଯ୍ୟକ୍ରମ ପୂର୍ବରୁ କାର୍ଯ୍ୟାନୁଷ୍ଠାନ: X ଆକାଉଣ୍ଟ ସସପେଣ୍ଡ

August 27, 2026

ଆରଏସଏସ ତରଫରୁ ବାଣପୁରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ

August 27, 2026

ଡବ୍ଲୁଟିସିରେ ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଜାଣନ୍ତୁ ବର୍ତ୍ତମାନ ସ୍ଥିତି

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.