Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ ହସ୍ପିଟାଲ୍‌ର ପୁଣି ଏକ ସଫଳତା: ଯୁବତୀଙ୍କ ଛାତିରୁ ୩ କେଜିର ଟ୍ୟୁମର ବାହାର କଲେ ଡାକ୍ତର
ଆଜିର ଖବର

ସମ୍ ହସ୍ପିଟାଲ୍‌ର ପୁଣି ଏକ ସଫଳତା: ଯୁବତୀଙ୍କ ଛାତିରୁ ୩ କେଜିର ଟ୍ୟୁମର ବାହାର କଲେ ଡାକ୍ତର

May 30, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: “ହସ୍ପିଟାଲ୍‌କୁ ଆସିବା ବେଳେ ମୁଁ ଆଉ ବଂଚିବି ବୋଲି ଭାବି ନଥିଲି। ଏବେ କିନ୍ତୁ ସୁସ୍ଥ ହୋଇ ଘରକୁ ଫେରୁଛି”। ଆନନ୍ଦଭରା କଣ୍ଠରେ ଏଭଳି କହିଛନ୍ତି ସମ୍ ହସ୍ପିଟାଲ୍‌ରୁ ସୋମବାର ଡିସ୍‌ଚାର୍ଜ ହୋଇ ଘରକୁ ଫେରୁଥିବା ଜଣେ ୨୩ ବର୍ଷର ଯୁବତୀ। ସମ୍ ହସ୍ପିଟାଲ୍ ଡାକ୍ତରଙ୍କ ଚିକିତ୍ସା ଓ ବିରଳ ଟ୍ୟୁମର ଅସ୍ତ୍ରୋପଚାର ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇପାରିଛନ୍ତି ସୋନାଲୀ ଦଳାଇ।

ସୋନାଲୀଙ୍କ ଉପସ୍ଥିତିରେ ଏହି ସଫଳ ଅସ୍ତ୍ରୋପଚାର ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସମ୍‌ର ଡାକ୍ତର ଓ କର୍ତୃପକ୍ଷ। ଛାତିରେ ଟ୍ୟୁମର ଥିବା ଯୋଗୁଁ ଯନ୍ତ୍ରଣା ଏବଂ ନିଃଶ୍ୱାସ ନେବାରେ ଅସୁବିଧା ନେଇ ସୋନାଲୀ ଅନେକ ଡାକ୍ତରଖାନା ବୁଲିବା ପରେ ଶେଷରେ ସମ୍ ହସ୍ପିଟାଲ୍ ଆସିଥିଲେ। ପ୍ରଥମେ ଅଙ୍କୋଲୋଜି ବିଭାଗର ମୁଖ୍ୟ ଡାକ୍ତର ସୌମ୍ୟ ସୁରଥ ପଣ୍ଡାଙ୍କ ଅଧିନରେ ଚିକିତ୍ସା ଆରମ୍ଭ କରାଯାଇ ତାଙ୍କ ଛାତିରେ ଏକ ବଡ ଟ୍ୟୁମର ଥିବାର ଜଣାପଡ଼ିଥିଲା ଯାହାକି ହୃତ୍‌ପିଣ୍ଡ ଓ ଶ୍ୱାସନଳୀକୁ ଡାହାଣପଟକୁ ଠେଲି ରଖିଥିଲା ଓ ବାମପାଶ୍ୱର୍ ଫୁସ୍‌ଫୁସ୍ ଉପରେ ମଧ୍ୟ ଏହାର ପ୍ରଭାବ ପଡୁଥିଲା। ଏହା ଫଳରେ ତାଙ୍କ ଶରୀରରେ ଅମ୍ଳଜାନ ସ୍ତର କମିଯାଉଥିଲା ଓ ସେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିଲେ ବୋଲି କହିଛନ୍ତି ସମ୍ ହସ୍ପିଟାଲ୍‌ର ସିଟିଭିଏସ୍ ବିଭାଗର ମୁଖ୍ୟ ଡାକ୍ତର ଦେବାଶିଷ ସାହୁ।

ତାଙ୍କ ଶରୀରରେ ଥିବା ଟ୍ୟୁମରଟି କ୍ୟାନ୍‌ସରସ ନଥିଲା ଓ ଏହାକୁ ଇନ୍‌ଟ୍ରାଥୋରାସିକ୍ ଟ୍ୟୁମର କୁହାଯାଉଥିବା ବେଳେ ଏହାର ଓଜନ ପ୍ରାୟ ୩ କେଜି ଥିଲା ବୋଲି ପରୀକ୍ଷା ନିରୀକ୍ଷାରୁ ଜଣାପଡ଼ିଥିଲା। ଏଥି ସହିତ ତାଙ୍କ ମୁହଁ ଏବଂ ହାତରେ ଅନେକ ଗୁଡ଼ିଏ ନ୍ୟୁରୋଫାଇବ୍ରୋମା ସୃଷ୍ଟି ହୋଇଥିଲା।

ଡାକ୍ତର ସାହୁଙ୍କ ନେତୃତ୍ୱରେ ଏକ ଡାକ୍ତରୀ ଟିମ୍ ଏହି ଅସ୍ତ୍ରୋପଚାର କରିବାକୁ ନିଷ୍ପତି ନେଇଥିଲେ। ରୋଗୀଟିର ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ଥିବାରୁ ଏତେ ବଡ ଟ୍ୟୁମରକୁ ବାହାର କରିବା ଖୁବ୍ କଷ୍ଟକର ଥିଲା । ତେବେ କାର୍ଡିଆକ୍ ଆନେସ୍‌ଥେଟିଷ୍ଟ ଡାକ୍ତର ସୁଶାନ୍ତ କୁମାର ଭୋଇଙ୍କ ସହଯୋଗରେ ଏହି ଅସ୍ତ୍ରୋପଚାର ସମ୍ଭବପର ହୋଇଥିଲା।

କ୍ଲାମ୍‌ସେଲ ଥୋରାକ୍ଟୋମି ଓ ମେଡିଆନ୍ ଷ୍ଟେର୍‌ନୋଟୋମି ପଦ୍ଧତିରେ ଗୋଟିଏ ପଟର କାନ୍ଧରୁ ଅନ୍ୟପଟକୁ କଟାଯାଇ ଟ୍ୟୁମରଟିକୁ କଢ଼ା ଯାଇପାରିଥିଲା ବୋଲି ଡାକ୍ତର ସାହୁ କହିଛନ୍ତି।

ଏହି ଅସ୍ତ୍ରୋପଚାର ଓ ପରବର୍ତୀ ଚିକିତ୍ସା କରିଥିବା ଟିମ୍‌ରେ ଡାକ୍ତର ସାହୁ ଓ ଡାକ୍ତର ଭୋଇଙ୍କ ସମେତ କ୍ରିଟିକାଲ୍ କେୟାର ବିଭାଗର ଡାକ୍ତର ଶକ୍ତିବେଦାନ୍ତ ମିଶ୍ର ଓ ଡାକ୍ତର ସାଗରିକା ପଣ୍ଡା ସାମିଲ ହୋଇ ରୋଗୀର ଯତ୍ନ ନେଇଥିଲେ।

ଅସ୍ତ୍ରୋପଚାର ପରେ ରୋଗୀଙ୍କର ସୁସ୍ଥ ହେବା ଗରୁତ୍ୱପୂର୍ଣ୍ଣ ଥିବା ବେଳେ ପ୍ରାୟ ଏକ ମାସ ଧରି ଆଇସିୟୁରେ ତାଙ୍କର ଯତ୍ନ ନିଆଯାଇଥିଲା ବୋଲି ଡାକ୍ତର ପଣ୍ଡା କହିଛନ୍ତି । ସେହିପରି ଅପରେସନ୍ ପରେ ଛାତିର କସ୍‌ମେଟିକ୍ ରିପେୟାର କରିଥିଲେ ପ୍ଲାଷ୍ଟିକ୍ ସର୍ଜନ୍ ଡାକ୍ତର ବିନାୟକ ମିଶ୍ର।

ବିଏସ୍‌କେୱାଇ ଯୋଜନାରେ ଏହି ଯୁବତୀଙ୍କର ସମ୍ପୂର୍ଣ୍ଣ ଅସ୍ତ୍ରୋପଚାର ଓ ଚିକିତ୍ସା କରାଯାଇଥିଲା ବୋଲି ସମ୍‌ର ମେଡିକାଲ୍ ସୁପରିଟେଣ୍ଡେନ୍‌ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ସୂଚନା ଦେଇଥିଲେ।

ଏହା ଏକ ଡାକ୍ତରୀ ଟିମ୍‌ର ସଫଳତା। ସିଟିଭିଏସ୍‌, କ୍ରିଟିକାଲ କେୟାର, ଥୋରାସିକ୍‌, ଅଙ୍କୋଲୋଜି ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର ମିଳିତ ସହଯୋଗରେ ଏହି ଅସ୍ତ୍ରେପଚାର ସଫଳ ହୋଇପାରିଥିବା ମେଡିସିନ୍ ଅଙ୍କୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ସୌମ୍ୟ ସୁରଥ ପଣ୍ଡା ସାମ୍ବାଦିକ ସମ୍ମିଳନୀରେ କହିଥିଲେ।

ଝିଅଟି ସୁସ୍ଥ ହେବା ପରେ ସମ୍ ହସ୍ପିଟାଲ ଓ ଡାକ୍ତର ସାହୁଙ୍କ ସମେତ ସମ୍ପୂର୍ଣ୍ଣ ଡାକ୍ତରୀ ଟିମ୍‌କୁ କୃତଜ୍ଞତା ଜଣାଇଛନ୍ତି ସୋନାଲୀଙ୍କ ମା ଓ ତାଙ୍କ ସମ୍ପର୍କୀୟ ଡାକ୍ତର ଏଲ୍‌.ଏନ୍ ପଣ୍ଡା। ବିଏସ୍‌କେୱାଇ ଯୋଜନାରେ ଏହି ଚିକିତ୍ସା ସମ୍ଭବପର ହୋଇପାରିଥିବାରୁ ରାଜ୍ୟ ସରକାରଙ୍କୁ ମଧ୍ୟ ଡାକ୍ତର ପଣ୍ଡା ଧନ୍ୟବାଦ ଜଣାଇଛନ୍ତି।

ଟ୍ୟୁମର ସମ୍ ହସ୍ପିଟାଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026
Latest News

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026

Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.