Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୃଷକ ସମ୍ମାନନିଧି ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
ଆଜିର ଖବର

କୃଷକ ସମ୍ମାନନିଧି ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ

May 31, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରାୟୋଜିତ ତଥା କୃଷି ଓ କୃଷକ ମଙ୍ଗଳ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ କୃଷକ ସମ୍ମାନ ନିଧି ହିତାଧିକାରୀଙ୍କ ସହିତ ଭାବ ବିନିମୟ କରିଛନ୍ତି। ପ୍ରାୟ ୧୦ କୋଟି ହିତାଧିକାରୀଙ୍କୁ ଏକାଦଶତମ କିସ୍ତି ଭାବରେ ପ୍ରତ୍ୟେକଙ୍କୁ ୨୦୦୦ ଟଙ୍କା ଲେଖାଏଁ ପ୍ରଦାନ କରିଥିଲେ। ଜନ ମଙ୍ଗଳ କାର୍ଯ୍ୟକ୍ରମ ଗୁଡ଼ିକ ଜନସାଧାରଣଙ୍କ ଜୀବନ ଶୈଳୀକୁ କିପରି ସରଳ କରିଛି ଏବଂ ସମ୍ମିଶ୍ରଣ ଓ ପରିପୃଷ୍ଠତାର ସମ୍ଭାବନାକୁ ଅନୁସନ୍ଧାନ କରିବା, ଏହି ଭାବ ବିନିମୟ କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ଥିଲା। ଗରିବ ମାନଙ୍କର ଉନ୍ନତି କଳ୍ପେ ପ୍ରଧାନମନ୍ତ୍ରୀଙ୍କ ଯୋଜନାଗୁଡ଼ିକ କାର୍ଯ୍ୟକାରୀ ହେଉଥିବାରୁ ଏହି କାର୍ଯ୍ୟକ୍ରମର ନାମ ଗରିବ କଲ୍ୟାଣ ସମ୍ମେଳନ ରଖାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଗରିବ କଲ୍ୟାଣ ନିମନ୍ତେ ବିଭିନ୍ନ ଜନମଙ୍ଗଳ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ।

କୌଶଲ୍ୟାଗଂଗସ୍ଥିତ କେନ୍ଦ୍ରୀୟ ମଧୁର ଜଳ ଜୀବ ପାଳନ ସଂସ୍ଥା ଏବଂ ଖୋର୍ଦ୍ଧା କୃଷି ବିଜ୍ଞାନ କେନ୍ଦ୍ରର ମିଳିତ ଉଦ୍ୟମରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ୨୦୦ କୃଷକ ପ୍ରତ୍ୟେକ୍ଷ ଭାବରେ ଯୋଗଦାନ କରିଥିଲାବେଳେ ଶତାଧିକ ଲୋକ ସାମାଜିକ ଗଣମାଧ୍ୟମ ଯଥା ଫେସ୍‌ବୁକ୍‌, ଟ୍ୟୁଟର, ୟୁଟ୍ୟୁବ୍‌, ଇଂଷ୍ଟାଗ୍ରାମ ମାଧ୍ୟମରେ ଦେଖିଥିଲେ।

ଏହି ଚର୍ଚ୍ଚିତ କର୍ଯ୍ୟକ୍ରମ ସାରା ଭାରତର ପ୍ରତ୍ୟେକ ଜିଲ୍ଲାର କୃଷକ ମାନଙ୍କୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ, ଆବାସ, ପାନୀୟଜଳ, ଖାଦ୍ୟ, ସ୍ୱାସ୍ଥ୍ୟ ଓ ପୁଷ୍ଟି, ଜୀବିକା ଏବଂ ଆର୍ଥିକ ଅଭିବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ଜନକଲ୍ୟାଣ ଯୋଜନା ଗୁଡ଼ିକ ଯଥା ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି, ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା, ପୋଷଣ ଅଭିଯାନ, ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଅନ୍ନ ଯୋଜନା ସୁବିଧା ନେବା ପାଇଁ ହିତାଧିକାରୀମାନଙ୍କୁ ଅନୁରୋଧ କରିଥିଲେ।

ପ୍ରଧାନମନ୍ତ୍ରୀ ଶିମିଳା ଠାରେ ହିତାଧିକାରୀଙ୍କ ସହ ଭାବବିନିମୟ କରିବା ପରେ ଦେଶର ଅନ୍ୟାନ୍ୟ କୃଷକମାନଙ୍କ ସହିତ ଭାବ ବିନିମୟ କରିଥିଲେ। କେନ୍ଦ୍ରୀୟ ମଧୁର ଜଳ ଜୀବ ପାଳନ ସଂସ୍ଥା (ସିଫା) ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମଟି ଦିନ ୧୧ଟା ବେଳେ ଖୋର୍ଦ୍ଧା ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ସହିତ ଜାତୀୟ କାର୍ଯ୍ୟକ୍ରମରେ ଯୋଡି ହୋଇଥିଲା।

ଏହି କାର୍ଯ୍ୟକ୍ରମକୁ କେଭିକେ, ଖୋର୍ଦ୍ଧାର ମୁଖ୍ୟ ତଥା ବରିଷ୍ଠ ବୈଜ୍ଞାନିକ ଶ୍ରୀ ଅଜୟ କୁମାର ଦାଶ ପରିଚାଳନା କରିଥିଲେ।

ସ୍ୱାଧୀନତାର ଅମୃତ ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026
Latest News

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.