Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧୀଙ୍କୁ ପାଠ ପଢାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ଆଜି ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧୀଙ୍କୁ ପାଠ ପଢାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

June 2, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଓଡ଼ିଶାରେ ନବନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିମାନଙ୍କ ଦକ୍ଷତା ବୃଦ୍ଧି ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶୁଭ ଉଦ୍‌ଘାଟିତ ହେବ। ଦିନ ୧୧ଟା ରାଜ୍ୟର ସମସ୍ତ ଜିଲ୍ଲା ପରିଷଦ ସଭାପତି, ଉପସଭାପତି, ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ପ୍ରତ୍ୟେକ ବ୍ଲକ୍‌ରୁ ଜଣେ ସରପଞ୍ଚଙ୍କୁ ନେଇ ଏହି ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କର୍ମଶାଳା କିଟ୍‌ କନ୍‌ଭେନ୍‌ସନ୍‌ ସେଣ୍ଟର, ପଟିଆ, ଭୁବନେଶ୍ୱରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ ।

ଉଦ୍‌ଘାଟନୀ କର୍ମଶାଳାରେ ଓଡ଼ିଶାର ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀଙ୍କ ସମେତ କୃଷି ଓ କୃଷକ ସଶକ୍ତିକରଣ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ମିଶନ ଶକ୍ତି, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀଗଣ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ରାଜ୍ୟସ୍ତରୀୟ କର୍ମଶାଳାରେ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ବିଭାଗୀୟ ଶାସନ ସଚିବ ତଥା ଅନ୍ୟାନ୍ୟ ସରକାରୀ ପଦାଧିକାରୀମାନେ ଉପସ୍ଥିତ ରହିବେ।
ରାଜ୍ୟର ନବନିର୍ବାଚିତ ସମସ୍ତ ୧,୦୬,୩୫୨ ପଞ୍ଚାୟତ ଜନପ୍ରତିନିଧିଙ୍କ ‘ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ’ ସେମାନେ କାର୍ଯ୍ୟରେ ଯୋଗଦାନ କରିବାର ୬ ମାସ ମଧ୍ୟରେ ସଂପୂର୍ଣ୍ଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।

ଏହି କ୍ରମରେ ଜିଲ୍ଲା ପରିଷଦ ସଭାପତିଙ୍କ ନିମନ୍ତେ ୨ ଦିନ, ପଞ୍ଚାୟତ ସମିତି ଅଧ୍ୟକ୍ଷ ତଥା ସଦସ୍ୟଙ୍କ ନିମନ୍ତେ ୩ ଦିନ, ସରପଞ୍ଚଙ୍କ ନିମନ୍ତେ ୫ ଦିନ ଏବଂ ୱାର୍ଡ ସଦସ୍ୟଙ୍କ ନିମନ୍ତେ ୩ ଦିନର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମଗୁଡ଼ିକ ଆଗାମୀ ଦିନରେ ରାଜ୍ୟ ଓ ଜିଲ୍ଲାସ୍ତରରେ ଅନୁଷ୍ଠିତ ହେବ।

ପ୍ରଥମଥର ପାଇଁ ସାମଗ୍ରିକ ସରକାରୀ ଆଭିମୁଖ୍ୟକୁ ନେଇ ଏହି ପ୍ରଶିକ୍ଷଣରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସହିତ ୧୧ଟି ବିଭାଗ ଯଥା ମିଶନ ଶକ୍ତି, ମହିଳା ଓ ଶିଶୁ ବିକାଶ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବକାଶ, କ୍ରୀଡ଼ା ଓ ଯୁବସେବା ଏବଂ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିକାଶ ଏବଂ ଅନ୍ୟାନ୍ୟ ପଛୁଆବର୍ଗ ଓ ସଂଖ୍ୟା ଲଘୁ ସଂପ୍ରଦାୟ କଲ୍ୟାଣ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସଂପର୍କରେ ଆଲୋଚନା କରାଯିବ । ଏହି ବିଭାଗର ଜିଲ୍ଲା ଓ ବ୍ଲକ୍‌ସ୍ତରୀୟ କର୍ମକର୍ତ୍ତାମାନେ ମଧ୍ୟ ପ୍ରଶିକ୍ଷଣ ସହ ଜଡ଼ିତ ରହି ପଞ୍ଚାୟତ ଜନପ୍ରତିନିଧିମାନଙ୍କ ଦକ୍ଷତା ବୃଦ୍ଧି କରବେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

June 5, 2026

ମୋଦିଙ୍କ ପ୍ରଶଂସାରେ ପୁଟିନ, ଭାରତକୁ ନେଇ କହିଲେ ବଡ଼ କଥା

June 4, 2026
Latest News

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

June 5, 2026

ଆଜି ଜୁନ ୫ ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଭାଗ୍ୟ ଚମକିବ, କରନ୍ତୁ ଏହି କାମ

June 5, 2026

ମୋଦିଙ୍କ ପ୍ରଶଂସାରେ ପୁଟିନ, ଭାରତକୁ ନେଇ କହିଲେ ବଡ଼ କଥା

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.