କରୋନା ସଂକ୍ରମଣରେ ୪୧% ବୃଦ୍ଧି, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

Published: Jun 8, 2022, 10:09 am IST

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ ରୋଗ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୫ ହଜାର ୩୩୭ ଟି ନୂଆ ମାମଲା ରୁଜୁ ହୋଇଛି ଏବଂ ୭ ଜଣଙ୍କର ମୃତ୍ୟୁ ହୋଇଛି। ବଡ କଥା ହେଉଛି ଗତକାଲି ତୁଳନାରେ କରୋନା ର ନୂଆ ମାମଲାରେ ୪୧% ବୃଦ୍ଧି ଘଟିଛି।

ଗତକାଲି ଦେଶରେ ୩ ହଜାର ୭୧୪ ଟି ନୂଆ କରୋନା ମାମଲା ପଞ୍ଜିକୃତ ହୋଇଥିଲା। କିନ୍ତୁ ଆଜି ଏହି ସଂଖ୍ୟା ୫ ହଜାରରୁ ଅଧିକ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ସଂଖ୍ୟା ୨୮ ହଜାର ୮୫୭ କୁ ବୃଦ୍ଧି ପାଇଛି। ଏଥି ସହିତ, ଏହି ମହାମାରୀ ହେତୁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୭୧୫କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ଏପର୍ଯ୍ୟନ୍ତ ୪ କୋଟି ୨୬ ଲକ୍ଷ୩୬ ହଜାର ୭୧୦ ଲୋକ ସଂକ୍ରମଣମୁକ୍ତ ହୋଇଛନ୍ତି।

Related posts