Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଂସଦ ମାନସ ମଙ୍ଗରାଜଙ୍କ ବାଣପୁର ଗସ୍ତ: ବିଭିନ୍ନ ସମସ୍ୟାଭିତ୍ତିକ କାର୍ଯ୍ୟ ବିଷୟରେ କଲେ ଆଲୋଚନା
ଆଜିର ଖବର

ସାଂସଦ ମାନସ ମଙ୍ଗରାଜଙ୍କ ବାଣପୁର ଗସ୍ତ: ବିଭିନ୍ନ ସମସ୍ୟାଭିତ୍ତିକ କାର୍ଯ୍ୟ ବିଷୟରେ କଲେ ଆଲୋଚନା

June 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ନବନିର୍ବାଚିତ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଆଜି ସଂଧ୍ୟାବେଳେ ଜନ୍ମମାଟି ବାଣପୁର ଆସି ମା’ ଭଗବତୀଙ୍କ ଆଶୀର୍ବାଦ ଭିକ୍ଷା କାମନା କରିଥିଲେ। ଶ୍ରୀ ମଙ୍ଗରାଜ ମା’ଙ୍କ ପୂଜାର୍ଚ୍ଚନା କରିବା ସହ କିଛି ସମୟ ମନ୍ଦିର ବେଢାରେ ଅତିବାହିତ କରିଥିଲେ। ଏହି ସମୟରେ ମନ୍ଦିର ସେବାୟତମାନେ ମା’ ଭଗବତୀ ମନ୍ଦିରକୁ ୫ଟି ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ସାଂସଦ ଶ୍ରୀ ମଙ୍ଗରାଜଙ୍କ ନିକଟରେ ଦାବି କରିଥିଲେ।

ଅନୁରୂପ ଭାବେ ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ ବାଣପୁର ସହରର ଡ୍ରେନେଜ ବ୍ୟବସ୍ଥା ଓ ବଜାର ଉନ୍ନତିକରଣ ପାଇଁ ସାଂସଦଙ୍କୁ ଅନୁରୋଧ କରିଥିଲେ। ସାଂସଦ ଶ୍ରୀ ମଙ୍ଗରାଜ ଖୁବ ଶୀଘ୍ର ୫ଟି ସଚିବ ମା’ ଭଗବତୀ ମନ୍ଦିର ପରିଦର୍ଶନକୁ ଆସିବେ ଏବଂ ମନ୍ଦିରର ନିଶ୍ଚିତ ବିକାଶ ହେବ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ। ଅନୁରୂପ ଭାବେ ସହରର ଡ୍ରେନେଜ ଓ ବଜାର ଉନ୍ନତିକରଣ କାର୍ଯ୍ୟ ପାଇଁ ସାଂସଦ ନିଜ ପାଣ୍ଠିରୁ ଖୁବଶୀଘ୍ର ବ୍ୟୟବରାଦ କରିବେ ବୋଲି କହିଥିଲେ।

https://thesamikhsya.com/odia/wp-content/uploads/2022/06/WhatsApp-Video-2022-06-08-at-8.50.23-PM.mp4

ମନ୍ଦିର ଦର୍ଶନ ସାରି ଫେରିଲା ପରେ ବାଣପୁରକୁ ସବ ଡିଭିଜନ ମାନ୍ୟତା, ଗୋଦାବରୀଶ ମହାବିଦ୍ୟାଳୟକୁ ଅଟୋନୋମସ ମାନ୍ୟତା ଆଦି ମିଳିବା ପ୍ରସଙ୍ଗରେ ଗଣମାଧ୍ୟମ ପ୍ରଶ୍ନ କରିବାରୁ ଖୁବ ଶୀଘ୍ର ଉକ୍ତ ସମସ୍ୟା ପ୍ରତି ସରକାର ଦୃଷ୍ଟି ଦେବା ସହ ଉକ୍ତ ଦୁଇ ଦାବି ପୂରଣ ହେବ ବୋଲି ସାଂସଦ ଶ୍ରୀ ମଙ୍ଗରାଜ କହିଛନ୍ତି। ସାଂସଦଙ୍କ ଗସ୍ତ ସମୟରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରଯାଇଥିଲା।

ବାଣପୁର ମା’ ଭଗବତୀ ମାନସ ମଙ୍ଗରାଜ ରାଜ୍ୟସଭା ସାଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.