ଶପଥ ନେଲେ ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି

Published: Jun 10, 2022, 11:18 am IST

କଟକ: ଆଜି ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ ହଲ୍‌ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜଷ୍ଟିସ ଶୁଭା‌ଶିଷ ତାଳପତ୍ର ଓ ଜଷ୍ଟିସ ସଂଜୟ କୁମାର ମିଶ୍ର ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟ ବିଚାରପତି ଡକ୍ଟର ଜ‌ଷ୍ଟିସ ଏସ.ମୁରଲୀଧର ଦୁଇ ନୂଆ ବିଚାରପତିଙ୍କୁ ଶପଥପାଠ କରାଇଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ତ୍ରିପୁରା ହାଇକୋର୍ଟର ବିଚାରପତି ଜଷ୍ଟିସ ଶୁଭା‌ଶିଷ ତାଳପତ୍ରଙ୍କୁ ବଦଳି ପାଇଁ ସୁପ୍ରିକୋର୍ଟ କଲେଜିଅମ୍ ସୁପାରିସ କରିଥିଲ। ତାଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି ପାଇଁ ସୁପାରିସ କରାଯାଇଥିଲା।

ସେହିଭଳି ଭାବେ ଜାନୁଆରି ୨୯ ତାରିଖ ୨୦୨୨ରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ସଂଜୟ କୁମାର ମିଶ୍ରଙ୍କୁ ସୁପାରିସ କରାଯାଇଥିଲା। ପରବର୍ତ୍ତୀ ସମୟରେ ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

Related posts