Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାତ୍ୟା ପାଇଁ କୌଣସି ଭୟଭୀତ ନ ହେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଜନସାଧାରଣଙ୍କୁ ନିବେଦନ
ଆଜିର ଖବର

ବାତ୍ୟା ପାଇଁ କୌଣସି ଭୟଭୀତ ନ ହେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଜନସାଧାରଣଙ୍କୁ ନିବେଦନ

May 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସାମୁଦ୍ରିକ ଝଡ଼ ‘ଫାନି’ରେ ଭୟଭୀତ ନହେବା ପାଇଁ ରାଜ୍ୟବାସୀଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‍ କରି କହିଛନ୍ତି। ପ୍ରତ୍ୟେକ ଜୀବନ ମୂଲ୍ୟବାନ ଏବଂ ଧନଜୀବନର ସୁରକ୍ଷା ପାଇଁ ସମସ୍ତ ପ୍ରକାରର ପଦକ୍ଷେପ ନିଆଯାଇଛି ବୋଲି ସେ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି। ବାତ୍ୟା ପାଇଁ କୌଣସି ଭୟଭୀତ ହେବାର କାରଣ ନାହିଁ, ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ବାତ୍ୟା ସମୟରେ ମହିଳା, ଶିଶୁ, ଗର୍ଭବତୀ ମହିଳା, ଭିନ୍ନକ୍ଷମ ଏବଂ ବୃଦ୍ଧବୃଦ୍ଧାମାନଙ୍କ ଯତ୍ନ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ବିଭିନ୍ନ ଜିଲ୍ଲାପାଳଙ୍କ ସହିତ କଥାବାର୍ତ୍ତା କରିଛନ୍ତି। ଏପରିକି ଟେଲିଫୋନ ସର୍ଭିସ ପ୍ରୋଭାଇଡରଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ କଥା ହୋଇଛନ୍ତି। ବାତ୍ୟା ସମୟରେ କିପରି ସେବା ବାଧାପ୍ରାପ୍ତ ନ ହୁଏ ସେଥିପାଇଁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ରାଜ୍ୟ ସଚିବାଳୟରେ ମୁଖ୍ୟମନ୍ତ୍ର ବିଭିନ୍ନ ବିଭାଗୀୟ ସଚିବ ଏବଂ ଅଧିକାରୀଙ୍କ ସହିତ ବାତ୍ୟା ମୁକାବିଲା ପ୍ରସ୍ତୁତି ଉପରେ ମଧ୍ୟ ଆଲୋଚନା କରିଛନ୍ତି।

cyclone fani Odisha people thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

୯ ପୋଲିସକୁ ଫାଶୀ

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Latest News

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.